News18 Odia Digital
ଭବାନୀପାଟଣା: ଭବାନୀପାଟଣାରେ ଖୋଲିବ ରିଲିଆନ୍ସର ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ। ଏନେଇ କମ୍ପାନୀ ପକ୍ଷରୁ ସୂଚନା ମିଳୁଛି।
ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲର ଆପାରେଲ ଓ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଭବାନିପାଟଣା ସହରରେ ତାହାର ନୂଆ ଷ୍ଟୋର ଖୋଲିବା ଘୋଷଣା କରିଛି ।
ଟ୍ରେଣ୍ଡ୍ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଓ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଁଚିଛି ଓ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।
ଭବାନିପାଟଣାର ଏହି ଟ୍ରେଣ୍ଡ୍ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଓ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ଏହି ସହରର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିପାରିବେ ।
ଏହି ୧୪୨୨୩ ବର୍ଗଫୁଟର ଷ୍ଟୋର ହେଉଛି ଭବାନିପାଟଣା ସହରର ପ୍ରଥମ ଟ୍ରେଣ୍ଡ୍ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି । ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଓ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।
ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଭବାନିପାଟଣାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍ସ ଷ୍ଟୋର୍ ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।