ଯାଜପୁରରେ ମର୍ମଦୁନ୍ତ ଦୁର୍ଘଟଣା
- News18 Odia
- Last Updated :
- Other, India
News18 Odia Digital
Road Accident: ଆଜି ଭୋରରୁ ଏକ ଭୟାନକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍କୁ ପିଟିଲା ଆଇଚର । ଘଟଣାସ୍ଥଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଧର୍ମଶାଳା ପୋଲିସ୍ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗ୍ୟାସ୍ କଟରରେ ଟ୍ରକ୍ଟିକୁ କାଟି ମୃତଦେହଗୁଡ଼ିକୁ ବାହାର କରିଛନ୍ତି। ଏଭଳି ଘଟଣା ଘଟିଛି ଯାଜପୁର(Jajpur) ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ନିକଟରେ ।
ନେଉଳପୁର ମଝିରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପାଖରେ ଦୁର୍ଘଟଣାଗ୍ରସ୍ତ ଏକ ଲୁହା ଗୁଣ୍ଡ ବୋଝେଇ ଗାଡ଼ି ୪ ଦିନ ହେଲା ମରାମତି ପାଇଁ ଛିଡା ହୋଇଥିଲା । କଲିକତା ପଟୁ ଏକ କୁକୁଡ଼ା ବୋଝେଇ ଆଇଚର ଗାଡ଼ି ଭାରସାମ୍ୟ ହରାଇ ତାହା ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍ ପଛ ପଟେ ପିଟି ହୋଇଥିଲା। ଏଥିରେ ଆଇଚରରେ ଥିବା ୭ ଜଣଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସମେତ ୬ ଜଣଙ୍କର ଘଟଣାସ୍ଥଳରେ ଚାପି ହୋଇ ମୃତ୍ୟୁ ହୋଇଥିଲା। ଆଉ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି ।
MP ACCIDENT: ଏକାସଙ୍ଗେ ୩ଟି ଵସ ଉପରକୁ ମାଡ଼ି ଗଲା ଟ୍ରକ; ୧୩ ଜଣଙ୍କର ଗଲାଣି ଜୀବନମୃତଦେହ ଗୁଡ଼ିକୁ ବ୍ୟବଚ୍ଛେଦ ପଠାଇଦିଆଯାଇଛି । ଆଇଚର ଗାଡ଼ିଟି ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକମାନେ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।