News18 Odia Digital
ରାଉରକେଲା: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇଛି । ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଭାରତର ଏକମାତ୍ର ସହର। ଏହି ବିଶେଷ ସଫଳତା ସହ ରାଉରକେଲାକୁ ବ୍ଲୁମବର୍ଗ ଫିଲାନଥ୍ରପିକ୍ ସଂସ୍ଥା ପକ୍ଷରୁ ୧ ନିୟୁତ ଆମେରିକୀୟ ଡଲାର୍ ପୁରସ୍କାର ସହିତ ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ବୈଷୟିକ ସହାୟତା ଓ ପରାମର୍ଶ ଯୋଗାଇ ଦିଆଯିବ।
ଏହି ପ୍ରତିଯୋଗିତାରେ (Bloomberg 2021 Global Mayors Challenge) ସାମିଲ ହୋଇ ରାଉରକେଲା ମହାନଗର ନିଗମ ପକ୍ଷରୁ ଏକ ବିଶେଷ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା । ରାଉରକେଲା ସହରର ଛେଣ୍ଡରେ ଏକ ୫ ଟନ୍ କ୍ଷମତା ବିଶିଷ୍ଟ ଶୀତଳ ଭଣ୍ଡାର ସ୍ଥାପନ କରାଯାଇଥିଲା। ଏହା କାର୍ଯ୍ୟକ୍ଷମ ହେବା ଫଳରେ ସହରର ଛୋଟ ଛୋଟ ଚାଷୀ, ପନିପରିବା ତଥା ଫଳ ବ୍ୟବସାୟୀମାନେ ନିଜର ସାମଗ୍ରୀ ସେଠାରେ ସଂରକ୍ଷଣ କରିପାରୁଛନ୍ତି।
ଏହା ବି ପଢ଼ନ୍ତୁ | English ଶିଖନ୍ତୁ [୧]: ଯଦି ଗ୍ୟାଙ୍ଗଷ୍ଟର୍ ହାଇଦର୍ ଧରାପଡ଼ି ନ ଥାନ୍ତା,… If gangster Hyder…ଏହି ଶୀତଳ ଭଣ୍ଡାରକୁ ପରିଚାଳନା କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ମଧ୍ୟ ସେମାନଙ୍କ ଜୀବିକା ନିର୍ବାହ କରିପାରିଛନ୍ତି । ଏଥି ସହିତ ସହରବାସୀଙ୍କ ଦୁଆର ମୁହଁରେ ତାଜା ଫଳ ଓ ପନିପରିବା ପହଞ୍ଚିପାରୁଛି। ଏହି ପ୍ରକଳ୍ପରେ ଟେକ୍ନୋଲୋଜିର ବ୍ୟାପକ ବ୍ୟବହାର କରି ଏହାକୁ ଦୀର୍ଘସ୍ଥାୟୀ ତଥା ସଫଳ କରାଯାଇପାରିଛି (global award for Rourkela)।

ଏହି ବିଶ୍ୱସ୍ତରୀୟ ସଫଳତା ରାଉରକେଲାବାସୀଙ୍କୁ ଖୁବ୍ ଉତ୍ସାହିତ କରିଛି ।
ଏହି ବିଶ୍ୱସ୍ତରୀୟ ସଫଳତା ପାଇଁ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଓ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ନିଗମର କର୍ମକର୍ତ୍ତା ଏବଂ ପ୍ରକଳ୍ପ ସହ ସଂପୃକ୍ତ ସମସ୍ତ ଅଂଶୀଦାର ଓ ରାଉରକେଲାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି (global award for Rourkela)।
ଏହା ବି ପଢ଼ନ୍ତୁ ଓ ଦେଖନ୍ତୁ ଫଟୋ | କୋହଲି ଟେଷ୍ଟ ଅଧିନାୟକତ୍ୱ ଛାଡି଼ବା ପରେ ଧୋନି ଓ ଶାସ୍ତ୍ରୀଙ୍କ ନାଁ ନେଲେ; କ’ଣ କହିଲେ ଜାଣନ୍ତୁ‘‘ବ୍ଲୁମବର୍ଗ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜରେ ଭାଗନେଇ ରାଉରକେଲା ବିଶ୍ଵର ପ୍ରମୁଖ ୧୫ଟି ସହର ଭିତରେ ସ୍ଥାନ ପାଇବା ଆମ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଗର୍ବର ବିଷୟ । ଆଗାମୀ ଦିନରେ ଏଭଳି ଅଭିନବ ପ୍ରକଳ୍ପ ପରିକଳ୍ପନା କରିବା ଦିଗରେ ଏହି ପୁରସ୍କାର ନିଶ୍ଚିତ ଭାବେ ସମସ୍ତଙ୍କୁ ଉତ୍ସାହିତ କରିବ । ବିଶେଷକରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସକ୍ରିୟ ଭୂମିକା ଫଳରେ ଏହି ପ୍ରକଳ୍ପ ସହରର ସମସ୍ତ ଅଂଶୀଦାରମାନଙ୍କୁ ସୁଫଳ ଯୋଗାଇ ଦେଉଛି,’’, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ।
ଏହା ବି ପଢ଼ନ୍ତୁ | ଏହି ପେନ୍ସନ୍ ପ୍ଲାନ୍ ନେଲେ ଆପଣଙ୍କୁ ପ୍ରତି ମାସ ମିଳିବ ୧୨,୦୦୦ ଟଙ୍କା ପେନ୍ସନ୍; ଜାଣନ୍ତୁ ସବୁ କିଛିରାଉରକେଲା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର କହିଛନ୍ତି, ‘‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜରେ ଭାଗ ନେଇ ରାଉରକେଲା ମହାନଗର ନିଗମ ଏକ ଅଭିନବ ପ୍ରସ୍ତାବ ଦେଇଥିଲା । ଏହାକୁ ଆଧାର କରି ଚାଷୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ସହିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଜୀବିକା ଓ ଆର୍ଥିକ ବିକାଶ ଉପରେ ଆମେ ଗୁରୁତ୍ୱ ଦେଇଛୁ। ଏହି ପ୍ରକଳ୍ପର ସଠିକ୍ କାର୍ଯ୍ୟାନ୍ୱୟନ ଯୋଗୁଁ ରାଉରକେଲା ସହର ଆଜି ବିଶ୍ୱର ୧୫ଟି ପ୍ରମୁଖ ସହର ଭିତରେ ସ୍ଥାନ ପାଇପାରିଛି। ରାଉରକେଲାକୁ ଏହି ସମ୍ମାନ ମିଳିଥିବାରୁ ମୁଁ ବ୍ଲୁମବର୍ଗ କର୍ତ୍ତୃପକ୍ଷଙ୍କୁ ମଧ୍ୟ କୃତଜ୍ଞତା ଜଣାଉଛି ।’’
ଏହା ବି ପଢ଼ନ୍ତୁ ଓ ଦେଖନ୍ତୁ VIDEO | ଚିତା ବାଘକୁ KISS କଲେ ଯୁବତୀ! ଏହି VIDEO ଉପରୁ ଲୋକଙ୍କ ନଜର ହଟୁନି; ଆପଣ ବି ଦେଖନ୍ତୁ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ରେ ମୋ’ଟ ୯୯ଟି ଦେଶ ଭାଗ ନେଇଥିଲେ। କୋଭିଡ୍ ମହାମାରୀ ଭଳି ଏକ ଜଟିଳ ସମୟରେ ଅର୍ଥନୈତିକ ପୁନରୁଦ୍ଧାର ଓ ସାମଗ୍ରିକ ଅଭିବୃଦ୍ଧି, ସ୍ୱାସ୍ଥ୍ୟ ଏବଂ ଜନ କଲ୍ୟାଣ, ଜଳବାୟୁ ଓ ପରିବେଶ ତଥା ଉତ୍ତମ ଶାସନ ଓ ସମାନତା ଆଦି ବିଷୟକୁ ଆଧାର କରିଆସିଥିବା ୬୩୦ଟି ପ୍ରସ୍ତାବକୁ ନେଇ ଏହି ପ୍ରତିଯୋଗିତା କରାଯାଇଥିଲା। ସେଥି ମଧ୍ୟରୁ ଅଭିନବ ତଥା ଉଭାବନଶୀଳ ପ୍ରକଳ୍ପ ପ୍ରସ୍ତାବ ଲାଗି ପ୍ରଥମ ଦଫାରେ ରାଉରକେଲା ସହିତ ୫୦ଟି ସହର ମନୋନୀତ ହୋଇଥିଲେ। ଆଜି ଚୂଡ଼ାନ୍ତ ପର୍ଯ୍ୟାୟରେ ରାଉରକେଲା ବିଶ୍ୱର ୧୫ଟି ପ୍ରମୁଖ ସହର ମଧ୍ୟରେ ସ୍ଥାନ ପାଇ ଏକ ନୂଆ ଉଚ୍ଚତାକୁ ଯାଇ ପାରିଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।