News18 Odia Digital
School Reopen: ଆଜିଠୁ ଖୋଲିଲା ରାଜ୍ୟର ସମସ୍ତ ସ୍କୁଲ(School) ଓ ଅଙ୍ଗନବାଡ଼ି କେନ୍ଦ୍ର (Anganwadi)। ସକାଳ ସାଢ଼େ ୬ଟାରୁ ଦିନ ୧୧ ଟା ପର୍ଯ୍ୟନ୍ତ କ୍ଲାସ୍ ହେବ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତଙ୍କର ସକାଳୁଆ ହେବା ନେଇ ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହା ସହ ବିଦ୍ୟାଳୟ ଗୁଡିକରେ ପାନୀୟ ଜଳ ଏବଂ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ଅଙ୍ଗନବାଡ଼ି ପିଲାମାନଙ୍କର ପାଠପଢ଼ା ସକାଳ ୭ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ(Collector)ମାନେ ସେମାନଙ୍କ ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ଛୁଟି ଘୋଷଣା କରିପାରିବେ । ଏହି ସମୟରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କୁ ଯତ୍ନବାନ ହେବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି ।
ପାଣିପାଗ ବିଭାଗର ସତର୍କ ସୂଚନା: ୧୮ ରୁ ଏହି ଜିଲ୍ଲା ଗୁଡିକରେ ବର୍ଷା !ଅନ୍ଯପଟେ ସମ୍ୱଲପୁରରେ ଆଉ ଦୁଇ ଦିନ ବଢ଼ିଲା ସ୍କୁଲ୍ ଛୁଟି ଅବଧି। ଆସନ୍ତା ସୋମବାର, ମଙ୍ଗଳବା ସ୍କୁଲ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏନେଇ ଘୋଷଣା କରିଛନ୍ତି।
କେବେ ବି ଏହି ୩ଜଣଙ୍କ ହାତରୁ ଗ୍ରହଣ କରନ୍ତୁନି ଖାଦ୍ୟ! ଚାଲିଯିବ ଜୀବନ
ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ଅସହ୍ୟ ତାତି । ଯେପରି ଆକାଶରୁ ଅଗ୍ନିବର୍ଷା ହେଉଛି । ଏପଟେ ଖରାକୁ ବାହାରିବା ସମୟରେ ସାଙ୍ଗରେ ପାଣି ବୋତଲ, ଓଦା ଗାମୁଛା ବା କପଡ଼ା ସମେତ ଛତା ଓ କଳା ଚଷମା ନେଇ ଘରୁ ବାହାରିବାକୁ ପରାମର୍ଶ ଦିଆଯାଉଛି । ପ୍ରବଳ ଖରା ହେବା ସମୟରେ ଘରୁ ନବହାରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର । ସକାଳ ୯ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖରାରେ ନବାହରିବାକୁ କୁହାଯାଇଛି । ଅତି ଜରୁରୀ କାମ ଥିଲେ ସମସ୍ତ ପ୍ରକାରର ପ୍ରିକସନ ନେଇ ବାହାରକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।