• ହୋମ୍
  • »
  • ଓଡ଼ିଶା ନ୍ୟୁଜ୍
  • »
  • ଓଡ଼ିଶା
  • »
  • ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପରେ ଉଲ୍ଲେଖନୀୟ ଅଗ୍ରଗତି; ନିର୍ମାଣ କାର୍ଯ୍ୟ ଡ଼ିସେମ୍ବର ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ

ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପରେ ଉଲ୍ଲେଖନୀୟ ଅଗ୍ରଗତି; ନିର୍ମାଣ କାର୍ଯ୍ୟ ଡ଼ିସେମ୍ବର ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଶଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯଇଥିବା ପ୍ରକଳ୍ପର କାର୍ଯ୍ୟାୟନରେ ବେଶ ଅଗ୍ରଗତି ହୋଇଛି।

ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ

ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ

  • News18 Odia
  • Last Updated :
  • Other, India
  • Share this:
News 18 Odia Digital

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଶଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯଇଥିବା ପ୍ରକଳ୍ପର କାର୍ଯ୍ୟାୟନରେ ବେଶ ଅଗ୍ରଗତି ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡିଛି।

ସଂଗ୍ରହାଳୟରେ ଗୋପବନ୍ଧୁଙ୍କ ରଚିତ ପୁସ୍ତକ, ତାଙ୍କର କର୍ମମୟ ଜୀବନ, ସମର୍ପିତ ସେବା, ବନ ବିଦ୍ୟାଳୟରେ ଶିକ୍ଷାଦାନ, ସ୍ୱାଧିନତା ଆଲୋଚନାରେ ସକ୍ରିୟ ଭୁମିକା ଏବଂ ତତ୍କାଳୀନ ସମୟ ସମ୍ବନ୍ଧିତ ସ୍ମାରକୀମାନ ସ୍ଥାନିତ କରିବା ନିମନ୍ତେ  ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ଗୋପବନ୍ଧୁଙ୍କ ଷଠୀଘର ଥିବା ପୈତୃକ ଗୃହର ସଂରକ୍ଷଣ କାର୍ଯ୍ୟ ସଠିକ୍ ଭାବେ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଜନ୍ମପୀଠ ଓ ସଂଗ୍ରହାଳୟକୁ ଏକ ଆକର୍ଶଣୀୟ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଏଥି ପାଇଁ ପର୍ଯ୍ୟଟକ ସୁବିଧାକେନ୍ଦ୍ର, ସୂଚନା କେନ୍ଦ୍ର, ଜାତୀୟ ରାଜପଥ ନିକଟରେ ସୁଦୃଶ୍ୟ ହୋଡିଂ, ଆଦି ଲଗାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ପ୍ରକଳ୍ପର ସଦ୍ୟତନ ସ୍ଥିତି ଉପସ୍ଥାପନ କରି ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାଢ଼ୀ ଜଣାଇଥିଲେ ଯେ ବର୍ତ୍ତମାନ ସୁଦ୍ଧା ଉତ୍କଳମଣିଙ୍କ ଷଠୀଘର ଥିବା ପୈତୃକ ଗୃହର ସଂରକ୍ଷଣ ଏବଂ ସଂଗ୍ରହାଳୟ ନିର୍ମାଣ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଘର ପାଖରେ ଥିବା ପୁଷ୍କରଣୀର ବିକାଶ ମଧ୍ୟ କରାଯାଇଛି । ଶିବ ମନ୍ଦିର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହୋଇଛି । ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ର, ଫୁଡ୍ କୋର୍ଟ ଏବଂ ସୂଚନା କେନ୍ଦ୍ରର କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପୈତୃକ ବାସସ୍ଥାନରେ ସ୍ଥାପନ କରାଯିବାକୁ ଥିବା ୧୫ ଫୁଟର ସୁନ୍ଦର ପ୍ରତିମୂର୍ତ୍ତି ଏବଂ ଏହାର ପ୍ଲାଟ୍ଫର୍ମ କାର୍ଯ୍ୟ ଆଗେଇ ଚାଲିଛି ।

ଚଳିତ ବର୍ଷ ଡ଼ିସେମ୍ବର ଶେଷସୁଦ୍ଧା ପ୍ରକଳ୍ପ ଅନ୍ତର୍ଗତ ସମସ୍ତ କାମ ପୂର୍ଣ୍ଣାଙ୍ଗ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ପୀଠର ପରିଚ୍ଛନତା, ପରିଚାଳନା ଓ ରକ୍ଷଣାବେକ୍ଷଣ ସମ୍ବନ୍ଧିତ ବିଷୟ ବୈଠକରେ ସବିଶେଷ ଭାବେ ଆଲୋଚନା ହୋଇଥିଲା । ୫ ବର୍ଷ ପାଇଁ ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ ଆର୍ଥିକ ସହାୟତା ଦେବେ ବୋଲି ବୈଠକରେ ସ୍ଥିର ହୋଇଥିଲା । ଇସ୍ପାତ୍ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଂଜନ କୁମାର ସିଂ, ପୁର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ  ରଂଜନ ଦାସଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Published by:Soumyashree Mishra
First published: