ସୂର୍ଯ୍ୟ ପରାଗ (ପ୍ରତୀକାତ୍ମକ ଛବି)
- News18 Odia
- Last Updated :
- Other, India
News18 Odia Digital
ଭୁବନେଶ୍ବର: ବର୍ଷର ଶେଷ ସୂର୍ଯ୍ୟ ପରାଗ ଆରମ୍ଭ ହୋଇଯାଇଛି। ଏହି ଆଂଶିକ ସୂର୍ଯ୍ୟୋପରାଗ ଭାରତରେ ୪ଟା ୨୯ ମିନିଟରୁ ଦେଖାଯାଇଛି। ଓଡ଼ିଶାରେ କେତୁଗ୍ରସ୍ତ ଖଣ୍ଡଗ୍ରାସ ପରାଗ ଅପରାହ୍ନ ୪.୫୬ ମିନିଟ ୫୨ ସେକେଣ୍ଡରେ ସ୍ପର୍ଶ କରିଛି। ଏହା ସନ୍ଧ୍ୟା ୬ଟା ୨୬ ମିନିଟ ୫୨ ସେକେଣ୍ଡରେ ମୋକ୍ଷ ପ୍ରାପ୍ତି ହେବ। ଓଡ଼ିଶାରେ କେବଳ ୨୦ ମିନିଟ୍ ପାଇଁ ସୂର୍ଯ୍ୟୋପରାଗ ଦୃଶ୍ୟମାନ ହେବ ।
ଏହାକୁ ଖାଲି ଆଖିରେ ଦେଖି ହେବ ନାହିଁ । ସର୍ବମୋକ୍ଷ ପରେ ଦୈନନ୍ଦିନ ନୀତି ଆରମ୍ଭ ହେବ । ଆସନ୍ତା କାଲି ସୂର୍ଯ୍ୟୋଦୟ ପରେ ଆରମ୍ଭ ହେବ ଦେବନୀତି । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ ଗୋଟିଏ ସରଳରେଖାରେ ଚନ୍ଦ୍ର ଆସିବା କାରଣରୁ ପୃଥିବୀର କିଛି ଭୂଭାଗରୁ ସୂର୍ଯ୍ୟ ସମ୍ପୂର୍ଣ୍ଣ ଗୋଲ ଦେଖାଯିବ ନାହିଁ । ପୃଥିବୀ ପୃଷ୍ଠରୁ ସୂର୍ଯ୍ୟଙ୍କର କିଛି ଅଂଶ ଦେଖାଯିବ ।
ମୋଟ ୧୬ ମିନିଟ ୨୬ସେକେଣ୍ଡ ପୁରୀକୁ ସୂର୍ଯ୍ୟ ପରାଗ ଦୃଶ୍ୟମାନ ହେବ। ନୀତି ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତି କାନ୍ତି କରାଯିବ। ତେବେ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗରେ ପାକ ତ୍ୟାଗ ସମୟଠାରୁ ଠାକୁରମାନଙ୍କର କୌଣସି ନୀତି ହୁଏ ନାହିଁ । ପାକତ୍ୟାଗ ପୂର୍ବରୁ ଠାକୁରମାନେ ତଡ଼ପ ଉତ୍ତରୀ ବଲାଗି ହୋଇବସିଥାନ୍ତି । ରୋଷଘର ଧୋପଖାଳ ହୋଇଥାଏ । ଗ୍ରହଣ ବା ପରାଗ ସ୍ପର୍ଶ ହେଲେ ପୂଜା ପଣ୍ଡା ମାନେ ଠାକୁରମାନଙ୍କର ଗ୍ରହଣ ମହାସ୍ନାନ କରାନ୍ତି ।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।