ହୋମ୍ » ଓଡ଼ିଶା ନ୍ୟୁଜ୍ » ଓଡ଼ିଶା»ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ; ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ; ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ; ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର
ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ
  • News18 Odia
  • Last Updated: November 13, 2021, 1:56 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିଛି । ଶୁକ୍ରବାର ପୁଣି ୮ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଏ ପର୍ଯ୍ୟନ୍ତ ୧୩୦ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏଥି ପାଇଁ ଭିଜିଲାନ୍ସ ବିଭାଗକୁ ଅଧିକ ସକ୍ରିୟ କରାଯାଇଛି । ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ନୂଆ ନୂଆ ଜ୍ଞାନକୌଶଳ ଜରିଆରେ ନଜର ରଖିବାକୁ ଗୁରୁତ୍ୱ ଦିଆଯାଇଛି।

ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮ ଜଣଙ୍କ ମଧ୍ୟରୁ ନିମାପଡ଼ାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟର ଦାୟିତ୍ବରେ ଥିବା ଓ.ଏ.ଏସ୍‌. ଅଧିକାରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଥିବା ସମୟରେ ତାଙ୍କ ନିକଟରୁ ଏକାଧିକ ପ୍ୟାନ୍‌ କାର୍ଡ଼ ସହିତ ପାଞ୍ଚ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହାପର ଠାରୁ ସେ ଚାକିରୀରୁ ନିଲମ୍ବିତ ହୋଇଥିଲେ ।

ସେହିପରି ଜଗତସିଂହପୁରର ପୂର୍ବତନ ଡ଼େପୁଟି କଲେକ୍ଟର ଓ.ଏ.ଏସ୍‌. ଅଧିକାରୀ ଗୌରାଙ୍ଗ ଚରଣ ମହାନ୍ତିଙ୍କ ବିରୁଦ୍ଧରେ ୭ଟି ଦୁର୍ନୀତି ଅଭିଯୋଗ ଥିଲା । ତାଙ୍କ ନାମରେ ସରକାରୀ ପାଣ୍ଠି ଆତ୍ମସାତ ତଥା ସରକାରୀ ଯୋଜନାର ସୁବିଧା ଆବଣ୍ଟନରେ ଅନିୟମିତତାର ଅଭିଯୋଗ ଥିଲା । ସୁନ୍ଦରଗଡ ଲାଠିକଟାର ପୂର୍ବତନ ତହସିଲଦାର ଓ ବର୍ତ୍ତମାନ ବରଗଡର ଅମ୍ବାଭୋନାରେ ବି.ଡି.ଓ. ଥିବା ଓ.ଏ.ଏସ୍‌. ଅଧିକାରୀ ଆଲଫୋନ୍‌ସ ବିଲୁଙ୍ଗଙ୍କ ନାମରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ସେ ଜମିର କିସମ ପରିବର୍ତ୍ତନ ତଥା ରାଜସ୍ବ ଆଦାୟ କ୍ଷେତ୍ରରେ ଅନୁଚିତ ଅନୁଗ୍ରହ ପ୍ରଦାନ କରି ସରକାରଙ୍କୁ କ୍ଷତି ପହଞ୍ଚାଇଥିଲେ।

୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର


କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦୨୧ ଅକ୍ଟୋବର ମାସରେ ସେ ବହୁ ପରିମାଣର ଟଙ୍କା ଧରି ଯାଉଥିବାର ଖବର ପାଇ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ହଠାତ୍‌ ଯାଞ୍ଚ କରାଯାଇଥିଲା ଓ ତାଙ୍କ ନିକଟରୁ ୧୦ ଲକ୍ଷ ଟଙ୍କା ଜବତ ହୋଇଥିଲା। ଏହା ପରେ ତାଙ୍କ ସମ୍ପତ୍ତି ଉପରେ ଚଢ଼ାଉ କରାଗଲା ବେଳେ ଅନେକ ପରିମାଣର ଆୟବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା ।

କଳାହାଣ୍ଡି ଲାଞ୍ଜିଗଡ ବ୍ଲକ୍‌ର ବିଶ୍ବନାଥପୁରଠାରେ ସମନ୍ବିତ ଶିଶୁ ବିକାଶ ଯୋଜନାର ସି.ଡି.ପି.ଓ. ମୀନା ପାତ୍ର ୨୦୨୧ ଅକ୍ଟୋବର ୪ ତାରିଖରେ ଦୁଇଟି ସ୍ବୟଂ ସହାୟତା ଗୋଷ୍ଠୀ ଠାରୁ ଛତୁଆ ଯୋଗାଣ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ କରି ତାଙ୍କୁ ଧରା ଯାଇଥିଲା । ଭବାନୀପାଟଣାରେ ତାଙ୍କର ଦୁଇଟି କୋଠାଘର ଓ ୬ଟି ପ୍ଲଟ୍‌ ରହିଛି । ତାଙ୍କର ସମୁଦାୟ ସମ୍ପତ୍ତିର ମୂଲ୍ୟ ପ୍ରାୟ ୧ କୋଟି ୮୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ସେହିପରି କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକ୍‌ର ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ପୁଷ୍ପାଞ୍ଚଳୀ ରଥ ୨୦୨୧ ଅକ୍ଟୋବର ୨୫ ତାରିଖରେ ଗୋଟିଏ କର୍ମୀ ନିଯୁକ୍ତି ପାଇଁ ୧ ଲକ୍ଷ ଟଙ୍କା ଦାବି କରି ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରା ଯାଇଥିଲା । ଯାଞ୍ଚ ସମୟରେ ତାଙ୍କ ନିକଟରେ ବହୁ ପରିମାଣର ସମ୍ପତ୍ତି ଠାବ କରାଯାଇଥିଲା । ସେଥିମଧ୍ୟରୁ ବଲାଙ୍ଗୀରରେ ଗୋଟିଏ ଦ୍ବିତଳ ପ୍ରାସାଦ, ଗୋଟିଏ ଟାଟା ନେକ୍‌ସନ କାର୍‌, ୩ଟି ପ୍ଲଟ୍‌ ଓ ଏହା ସହିତ ନିଜର ଓ ପରିବାରର ସଦସ୍ୟଙ୍କ ନାମରେ ଅନେକ ପୁଞ୍ଜି ବିନିଯୋଗ କରାଯାଇଛି।

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ


ଓଡ଼ିଶା ଅବକାରୀ ସେବା ଅଧିନରେ କାମ କରୁଥିବା ଦେବଗଡ଼ର ପୂର୍ବତନ ଡେପୁଟି ଅବକାରୀ ସୁପରିଟେଣ୍ଡେଣ୍ଟ ଅଜିତ କୁମାର ମହାପାତ୍ର ୨୦୨୧ ସେପ୍ଟେମ୍ବର ୨୯ ତାରିଖ ଦିନ ଦେଢ଼ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଧରା ଯାଇଥିଲା । ଯାଞ୍ଚ ସମୟରେ ବର୍ତ୍ତମାନ ସୁଦ୍ଧା ତାଙ୍କ ନିକଟରୁ ଧରା ଯାଇଥିବା ସମ୍ପତ୍ତି ଗୁଡ଼ିକ ହେଉଛି ବ୍ରହ୍ମପୁର ସହରରେ ୬୦ ଲକ୍ଷ ଟଙ୍କା ବିଶିଷ୍ଟ ଏକ ମହଲା ବିଶିଷ୍ଟ କୋଠାଘର, ବ୍ରହ୍ମପୁର ତହସିଲରେ ତାଙ୍କ ପତ୍ନୀଙ୍କ ନାମରେ ଦୁଇଟି ପ୍ଲଟ ଓ ଅନେକ ସୁନା ଅଳଙ୍କାର ।
Published by: Lipina Das
First published: November 13, 2021, 1:56 PM IST