ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ; ନବ ଉତ୍କଳ ନିର୍ମାଣର ପ୍ରମୁଖ ବିନ୍ଧାଣୀ ମଧୁ ବାବୁ

ରାଜ୍ୟର ପ୍ରଥମ ବାରିଷ୍ଠର ଭାବେ ମଧ୍ୟ ଦେଶ ବିଦେଶରେ ବେଶ ନାଁ କରିଥିଲେ ମଧୁ ବାବୁ। ୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ ସେ କଟକର ସତ୍ୟଭାମାପୁରରେ ଜନ୍ମଗ୍ରହଣ କରିଥିଲେ।

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ। ସ୍ୱତନ୍ତ୍ର ଓଡ଼ିଶା ନିର୍ମାଣରେ ମଧୁ ବାବୁଙ୍କ ରହିଥିଲା ପ୍ରମୁଖ ଭୂମିକା। ରାଜ୍ୟର ପ୍ରଥମ ବାରିଷ୍ଠର ଭାବେ ମଧ୍ୟ ଦେଶ ବିଦେଶରେ ବେଶ ନାଁ କରିଥିଲେ ମଧୁ ବାବୁ। ୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ ସେ କଟକର ସତ୍ୟଭାମାପୁରରେ ଜନ୍ମଗ୍ରହଣ କରିଥିଲେ। ତେବେ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆସନ୍ତୁ ଜାଣିବା ତାଙ୍କ ବିଷୟରେ କିଛି ମହତ୍ବପୂର୍ଣ୍ଣ କଥା….

ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ। ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର। ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଓ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ।

ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ। ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା। ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ।

ଏହା ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ବାନ ଦିଆଯାଇ ଲେଖାଯାଇଛି-

"ପାଠ ପଢ଼ିବି ଓକିଲ ହେବି
ମଧୁବାବୁ ସଙ୍ଗେ ଲଢ଼ିବି।
ଜାତି ଡାକ ଶୁଣି ଛାତିଫୁଲେଇ ମୁଁ
କାଳିଆ ଘୋଡାରେ ଚଢ଼ିବି।"

ମଧୁସୂଦନ ଦାସ କଟକ ଜିଲ୍ଲାର ସତ୍ୟଭାମାପୁରରେ ୧୮୪୮ ଏପ୍ରିଲ ୨୮ରେ ଜନ୍ମଗ୍ରହଣ କରିଥିଲେ। ପିତା ଚୌଧୁରୀ ରଘୁନାଥ ଦାସ ଓ ମାତା ପାର୍ବତୀ ଦେବୀଙ୍କ ପୁଅ ମଧୁସୂଦନଙ୍କ ପ୍ରଥମ ନାମ ଥିଲା ଚୌଧୁରୀ ଗୋବିନ୍ଦ ବଲ୍ଲଭ ଦାସ। ପରେ ତାଙ୍କ ବାପା, ମାଆ ତାଙ୍କ ନାମକୁ ବଦଳାଇ ମଧୁସୂଦନ ରଖିଥିଲେ। ସେ ଖ୍ରୀଷ୍ଟିଆନ ଧର୍ମ ଗ୍ରହଣ କରିବା ପରେ ସାମାଜିକ ଚଳଣି ଅନୁସାରେ ତାଙ୍କ ପିତା ତାଙ୍କ ସହ ସମ୍ବନ୍ଧ ତୁଟାଇ ଦେଇଥିଲେ। ଏଣୁ ସେ ଗାଁ ବାହାରେ କୋଠିଟିଏ ଗଢ଼ାଇ ସେଠାରେ ବସବାସ କରୁଥିଲେ। ତାଙ୍କ ମା' ପାର୍ବତୀ ଦେବୀ ତାଙ୍କ ପାଖକୁ ସକାଳେ ଓ ସଞ୍ଜରେ ଦେଖାକରି ସେକାଳର ଚଳଣି ଅନୁସାରେ ଗାଁ ମୁଣ୍ଡରେ ଥିବା ରସକୁଣ୍ଡ ପୋଖରୀରେ ଗାଧୋଇ ଘରକୁ ଆସୁଥିଲେ।

ତାଙ୍କର ପାଠପଢ଼ା ଆରମ୍ଭ ହୋଇଥିଲା ସତ୍ୟଭାମାପୁରର ଗାଁ ଚାଟଶାଳୀରୁ ମାଟି ବଂଶ ଅବଧାନଙ୍କ ତତ୍ତ୍ୱାବଧାନରେ। ଚାଟଶାଳୀ ପଢ଼ା ଶେଷ କରି ସେ କଟକ ଗଲେ ଓ ଇଂରାଜୀ ବିଦ୍ୟାଳୟରେ ନାମ ଲେଖାଇଲେ। ୧୮୬୪ରେ ମଧୁସୂଦନ ଅନ୍ୟ ଚାରିଜଣଙ୍କ ସହ କଟକ ସ୍କୁଲରୁ ଦ୍ୱିତୀୟ ଶ୍ରେଣୀରେ ଏଣ୍ଟ୍ରାନ୍ସ ପାସ କରିଥିଲେ (ଆଜି ଏହାକୁ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା କୁହାଯାଉଅଛି)। ଏହାପରେ ସେ ବାଲେଶ୍ୱରରେ କିରାଣି ଚାକିରିଟିଏ କଲେ। କିଛି ପଇସା ସଞ୍ଚୟ କରି ସେ ଉଚ୍ଚଶିକ୍ଷା ନିମିତ୍ତ ଚାନ୍ଦବାଲି ଦେଇ ଧୂଆଁକଳ ଚାଳିତ ନାଆରେ କଲିକତା ଯାତ୍ରା କଲେ।

୧୮୭୦ରେ ସେ ବି.ଏ. ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। ସେତେବେଳେ କୋଲକାତା ବିଶ୍ୱବିଦ୍ୟାଳୟରେ ବି.ଏ. ପରୀକ୍ଷାର୍ଥୀମାନଙ୍କ ସଂସ୍କୃତ ପରୀକ୍ଷାର ଉତ୍ତର ନିଜ ମାତୃଭାଷରେ ଲେଖିବା ନିୟମ ଥିଲା, କିନ୍ତୁ ପରୀକ୍ଷକ ବଙ୍ଗଳା ଛଡ଼ା ଅନ୍ୟ କୌଣସି ଭାଷା ଜାଣି ନଥିବାରୁ ବଙ୍ଗଳା ବ୍ୟତୀତ ଅନ୍ୟ କୌଣସି ଲିପିରେ ସଂସ୍କୃତ ପ୍ରଶ୍ନୋତ୍ତର ଲେଖିବାକୁ ଅନୁମତି ମିଳୁନଥିଲା।

ମଧୁବାବୁ ନିଜ ମାତୃଭାଷା ଓଡ଼ିଆରେ ସଂସ୍କୃତର ଉତ୍ତର ଲେଖିବାପାଇଁ ଜିଦ ଧରି ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ ସଦସ୍ୟମାନଙ୍କୁ ଜଣାଇଲେ। ସେଠାରୁ କୌଣସି ସୁଫଳ ନ ମିଳିବାରୁ ସେ ତତ୍କାଳୀନ ବଙ୍ଗ-ବିହାର-ଓଡ଼ିଶାର ଲ୍ୟୁଟନାଣ୍ଟ ଗଭର୍ଣ୍ଣର ସାର ଉଇଲିଅମ ଗ୍ରେଙ୍କ ନିକଟକୁ ଏକ ଟେଲିଗ୍ରାମ ପ୍ରେରଣ କରିବାପରେ ଗ୍ରେଙ୍କ ହସ୍ତକ୍ଷେପ ପରେ ସେ ଓଡ଼ିଆରେ ନିଜର ଉତ୍ତର ଲେଖିଥିଲେ।

ଓକିଲ ହେବାପରେ ମଧୁବାବୁ ପ୍ରଥମେ ଚବିଶ ପ୍ରଗଣା ଅନ୍ତର୍ଗତ ଆଲିପୁର କୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ପରେ ସେ କଲିକତା ହାଇକୋର୍ଟରେ ବାରିଷ୍ଟର ଜେଟି ଉଡ୍ରଫଙ୍କ ସହଯୋଗୀ ଭାବେ ଓକିଲାତି କରିଥିଲେ। ୧୨ ସେପ୍ଟେମ୍ବର ୧୮୮୧ରେ କୋଲକାତାରୁ ଫେରି ସେ କଟକରେ ଓକିଲାତି କଲେ।

ଓକିଲ ମହଲରେ ପ୍ରଥମେ ତାଙ୍କୁ ଅନେକ ପରିହାସର ସାମନା କରିବାକୁ ହୋଇଥିଲେ। କିନ୍ତୁ ଖଣ୍ଡପଡ଼ା ରାଜାଙ୍କ ମୋକଦ୍ଦମା, କେନ୍ଦୁଝର ରାଜାଙ୍କ ମୋକଦ୍ଦମା, ଶ୍ରୀମନ୍ଦିର ପରିଚାଳନା ବିବାଦ ଭଳି କେତେକ ଜଟିଳ ମୋକଦ୍ଦମାରେ ନିଜର ଦକ୍ଷତାର ପରିଚୟ ଦେଇ ସେ ନିଜକୁ କଟକ ଓକିଲମାନଙ୍କ ଭିତରେ ଶ୍ରେଷ୍ଠ ପ୍ରମାଣିତ କରି ପାରିଥିଲେ। ଉତ୍କଳର ଗଜପତି ଦିବ୍ୟସିଂହ ଦେବ, ସାଧୁ ଶିବାଦାସ'ଙ୍କ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ହୋଇ ନିର୍ବାସନ ଦଣ୍ଡରେ ଦଣ୍ଡିତ ହୋଇଥିଲେ । ତାଙ୍କ ପୁତ୍ର ଜଗନ୍ନାଥ ଜେନାମଣି (ପରେ ମୁକୁନ୍ଦ ଦେବ ଭାବେ ପରିଚିତ) ନାବାଳକ ଥିବାରୁ ମନ୍ଦିର ପରିଚାଳନାରେ ତୃଟି ଦର୍ଶାଇ, ମନ୍ଦିରର ବଂଶାନୁକ୍ରମିକ ପରିଚାଳନା ଭାର କାଢ଼ି ନେବା ନିମନ୍ତେ ଏକ ଦେବାନୀ ମୋକଦ୍ଦମା ଦାଏର କରିଥିଲେ। ମଧୁବାବୁ ଜଗନ୍ନାଥ ଜେନାମଣିଙ୍କ ମାତାତାମହୀ ସୂର୍ଯ୍ୟମଣୀ ପାଟ ମହାଦେଇଙ୍କ ତରଫରୁ ପ୍ରତିବାଦୀ ଭାବରେ, ବ୍ରିଟିଶ ସରକାର ଧର୍ମରେ ଅଯଥା ହସ୍ତକ୍ଷେପ କରୁଛନ୍ତି ବୋଲି ମୋକଦ୍ଦମା ଲଢ଼ି ଜୟ ଲାଭ କରିଥିଲେ। ସେ ଖ୍ରୀଷ୍ଟଧର୍ମରେ ଦୀକ୍ଷିତ ହୋଇଥିଲେ ମଧ୍ୟ ଏହି ମୋକଦ୍ଦମାଟି ବିନା ପାରିଶ୍ରମିକରେ ଲଢ଼ିଥିଲେ।
Published by:Lipina Das
First published: