News18 Odia Digital ଭୁବନେଶ୍ୱର: ବର୍ଷା ପରେ ରାଜ୍ୟରେ ଏବେ ଅଧିକାଂଶ ଜିଲ୍ଲାରେ ବନ୍ୟା ସ୍ଥିତି ଦେଖାଦେଇଛି। ଲଗାତାର ବନ୍ୟା ସ୍ଥିତି ସମୀକ୍ଷା କରାଯାଉଛି। ଏହାରି ମଧ୍ୟରେ ଆଜି ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଆଜି ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ୫ଟି ଜିଲ୍ଲାର ସ୍ଥିତିକୁ ସମୀକ୍ଷା କରିଛନ୍ତି । ଖୋର୍ଦ୍ଧା ସହ ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟାଞ୍ଚଳ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କଲେ CM@CMO_Odisha @Naveen_Odisha #OdishaFlood pic.twitter.com/nrxD3QedXn — News18 Odia (@News18Odia) August 18, 2022 ଅନ୍ୟପକ୍ଷେ ବନ୍ୟା ସ୍ଥିତିକୁ ନଜରରେ ରଖି ୧୯ ଓ ୨୦ ତାରିଖ ଦୁଇ ଦିନ ସ୍କୁଲ ବନ୍ଦ କରିବାକୁ ଗଣଶିକ୍ଷା ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା କାଲି ଆଉ ଏକ ଲଘୁଚାପ ଥିବାରୁ ଏଭଳି ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ।