ପାଣିପାଗ ଖବର (ପ୍ରତୀକାତ୍ମକ ଛବି)
News18 Odisha Digital
ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଘୂର୍ଣ୍ଣିବଳୟର ପ୍ରଭାବ କମିବ। କିନ୍ତୁ ଦୁଇ ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଘୂର୍ଣ୍ଣିବଳୟର ପ୍ରଭାବରେ ଉତ୍ତର ଓଡ଼ିଶାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତି ହୋଇଛି। ଆଜି କେଉଁଝର ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ କେନ୍ଦ୍ର। ଦେବଗଡ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, କୋରାପୁଟ, ରାୟଗଡା ଓ ଗଜପତିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।
ଅଗଷ୍ଟର ପ୍ରଥମ ୨୪ ଦିନରେ ରାଜ୍ୟରେ ଏଯାବତ ୪୪୪.୫ ମିମି ବର୍ଷା ରେକର୍ଡ କରାଯାଇଛି ୨.୬ ମିମି ବର୍ଷା ରେକର୍ଡ କରାଯାଇଛି ଯାହାକି ଏହି ସମୟର ସ୍ୱାଭାବିକ ବର୍ଷା ୮୩୮.୮ ମିମି ତୁଳନାରେ ୧୪% ଅଧିକ ରହିଛି। ଏହି ସମୟ ମଧ୍ୟରେ କନ୍ଧମାଳ(+୬୮%)ରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।