ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କରେ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ

କୋଣାର୍କଠାରେ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ ଚଳିତ ବର୍ଷ ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ବୋଲି ସ୍ଥିର କରାଯାଇଛି।

ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କରେ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ

ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କରେ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ପୁରୀ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବୈଠକ। ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟକୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି।

ଯେଉଁ ବିଭାଗର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଭାଗ ପ୍ରତ୍ୟେକଙ୍କ ସହ ସମନ୍ବୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ କହିଥିଲେ।

ପର୍ଯ୍ୟଟନ ବିଭାଗ ଜିଲ୍ଲା ପ୍ରଶାସନ ଓ ଇ-ଫାକ୍ଟର ଏଜେନ୍ସିର ମିଳିତ ସହଯୋଗରେ ଇକୋ ରିଟ୍ରିଟ୍ ଡିସେମ୍ବର୧ ରୁ ୨୦୨୩ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ବ୍ୟବସ୍ଥା କରାଯାଇଛି। ୭୦ ଗୋଟି ଲକଜରି ଟେଣ୍ଟ କରାଯିବ ଯେଉଁ ଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ।

ଇକୋ ରିଟ୍ରିଟ୍ ସମୟରେ ଜଳକ୍ରିଡା, ବିଚ ସ୍ପୋର୍ଟ୍ସ, ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବଛିନ୍ନ ବିଦ୍ୟୁତ, ପାଣି, ମୋବାଇଲ ନେଟୱାର୍କ ସହ ସ୍ୱାସ୍ଥ୍ୟ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା ମଧ୍ୟ କରାଯିବ।

ପର୍ଯ୍ୟଟକମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ ବୋଲି ସ୍ଥିର ହୋଇଛି। ସମସ୍ତ କାର୍ଯ୍ୟକୁ ସୁନ୍ଦର ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଆସୁଥିବା ପର୍ଯ୍ୟଟକମାନେ ଯେପରି ଏକ ସୁଖଦ ଅନୁଭବ ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିଜ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୁରୀ ପର୍ଯ୍ୟଟନ ଅଧିକାରୀ ସରୋଜ କୁମାର ପ୍ରଧାନ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ଅନ୍ୟାନ୍ୟ ବିଭାଗ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଇକୋ ରିଟ୍ରିଟର ଆୟୋଜନ କରୁଥିବା ଇ-ଫାକ୍ଟରର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ।
Published by:Lipina Das
First published: