ରେରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା

ରେରାର ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଏନେଇ ଗତ ୨୮ ତାରିଖରେ ରେରା ଜାରି କରିଥିଲା ବିଜ୍ଞପ୍ତି।

ରେରା ପ୍ରସଙ୍ଗରେ ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କଲେ ହାଇକୋର୍ଟ (ପ୍ରତୀକାତ୍ମକ ଛବି)

ରେରା ପ୍ରସଙ୍ଗରେ ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କଲେ ହାଇକୋର୍ଟ (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Other, India
  • Share this:
News18 Odia Digital

କଟକ: ଓଡ଼ିଶା ରିଏଲିଷ୍ଟଟ ରେଗୁଲେଟରୀ ଅଥରିଟି ବା ରେରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା । ରେରାର ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । "ଆସୋସିଏସନ ଅଫ ଆଲୋଟିଜ" ପଞ୍ଜିକରଣ ଉପରେ କୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ଏନେଇ ଗତ ୨୮ ତାରିଖରେ ରେରା ଜାରି କରିଥିଲା ବିଜ୍ଞପ୍ତି।

ହଠାତ କାହିଁକି ଓ କିପରି ଏହି ବିଜ୍ଞପ୍ତି ଜାରି କରାଗଲା ସେନେଇ କୋର୍ଟ ବିରକ୍ତି ପ୍ରକାଶ କରିବା ସହ ଏପରି ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ତେବେ ଆସନ୍ତା ଅକ୍ଟୋବର ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ । ପୂର୍ବ ଶୁଣାଣି ସମୟରେ ରାଜ୍ୟ ସରକାର ଖୁବ ଶୀଘ୍ର ନୂଆ "ଆପାର୍ଟମେଣ୍ଟ ଓନରସିପ ଆକ୍ଟ" ପ୍ରଣୟନ କରିବେ ବୋଲି କହିଥଲେ । ଆପାର୍ଟମେଣ୍ଟରେ ଫ୍ଲାଟ ବୁକିଂ ପାଇଁ ସଂଶୋଧିତ ଫ୍ଲାଟ ବୁକିଂ ଏଗ୍ରିମେଣ୍ଟର ଏକ ଫର୍ମାଟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ମଧ୍ୟ ପୂର୍ବ ଶୁଣାଣିରେ ଉପସ୍ଥାପନ କରାଯାଇଥିଲା । ତେବେ ମୁଖ୍ୟ ପଞ୍ଜିକରଣ ଅଧିକାରୀ (IGR) ଏହି ଫର୍ମାଟର ଅନୁଧ୍ୟାନ କରି ଏହାକୁ କାର୍ଯ୍ୟକାରୀ କରିବା ଉପରେ ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଥିଲେ ।

କେନ୍ଦ୍ର ସରକାରଙ୍କ ନୂଆ ରେରା ଆଇନ ପ୍ରଣୟନ ପରେ ରାଜ୍ୟ ସରକାର ସେହି ଢାଞ୍ଚାରେ ଆଇନ ଆଣିବାକୁ ୩ ମାସ ସମୟ ନେଇଥିଲେ। ରେରା ଆଇନ ଅନୁଯାୟୀ ଫ୍ଲାଟ ଓନର ଆସୋସିଏସନ ପଞ୍ଜିକରଣ ବିନା ଫ୍ଲାଟ ବିକ୍ରି ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ପରେ ମୁଖ୍ୟ ପଞ୍ଜିକରଣ ଅଧିକାରୀ (IGR) ସମସ୍ତ ପଞ୍ଜିକରଣ ବନ୍ଦ କରିଥିଲେ।

ରେରା ଆଇନ ଅନୁସାରେ କୌଣସି ଆପର୍ଟମେଣ୍ଟରେ ଫ୍ଲାଟ କିଣୁଥିବା ବ୍ୟକ୍ତିମାନେ ବୁକିଂ ପରେ ଆସୋସିଏସନ୍ ଗଠନ କରିପାରିବେ। ଏହାର ଅର୍ଥ ଆପର୍ଟମେଣ୍ଟ କ୍ରୟ ସଂପର୍କିତ ଦଲିଲ କାର୍ଯ୍ୟକାରୀ ପୂର୍ବରୁ ଏପରି ଆସୋସିଏସନ୍ କରି ହେବ। ଯଦି ଫ୍ଲାଟ୍‌ ନିର୍ମାଣ ଓ ହସ୍ତାନ୍ତରରେ କିଛି ନିୟମ ବା ଚୁକ୍ତି ଉଲ୍ଲଂଘନ ହୁଏ ତେବେ ଏପରି ଆସୋସିଏସନ୍ ରେରା ଆଇନ ଅନୁସାରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିପାରିବେ।

ରେରା ଆଇନ ବଳବତ୍ତର ରହିଥିବା ବେଳେ ସରକାର ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା(ସଂଶୋଧିତ) ନିୟମାବଳୀ, ୨୦୨୧ କାର୍ଯ୍ୟକାରୀ କରିଥିଲେ । ଆପର୍ଟମେଣ୍ଟର ଅତି କମରେ ୮ଟି ଫ୍ଲାଟ୍‌ର ବିକ୍ରି ପରେ ଆପର୍ଟମେଣ୍ଟ ମାଲିକଙ୍କ ଆସୋସିଏସନ୍ କରି ହେବ ବୋଲି ନୂଆ ସଂଶୋଧିତ ନିୟମରେ ସ୍ପଷ୍ଟ କରାଯାଇଥିଲା। ୨୦୨୧ର ସଂଶୋଧିତ ନିୟମାବଳୀ ରେରା ଆଇନର ବିରୁଦ୍ଧାଚାରଣ କରୁଛି ଓ ଆପର୍ଟମେଣ୍ଟ ମାଲିକଙ୍କ ସ୍ବାର୍ଥବିରୋଧୀ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଆପର୍ଟମେଣ୍ଟର ସାଧାରଣ ଅଞ୍ଚଳ(କମନ୍ ଏରିଆ) ମାଲିକମାନଙ୍କୁ ନେଇ ଗଠିତ ଆସୋସିଏସନ୍ ନାଁରେ ପଞ୍ଜିକୃତ ହେବା କ୍ଷେତ୍ରରେ ସଂଶୋଧିତ ନିୟମାବଳୀ ବାଧା ସୃଷ୍ଟି କରୁଛି। ଏପରି ସଂଶୋଧିନ ନିୟମାବଳୀକୁ ରଦ୍ଦ କରାଯାଉ ବୋଲି ଆବେଦନକାରୀ କୋର୍ଟଙ୍କୁ ପ୍ରାର୍ଥନା କରିଥିଲେ।
Published by:Soumya Das
First published: