ସୁନିଆ ଉତ୍ସବ ଉପଲକ୍ଷେ ଗଜପତି ମହାରାଜଙ୍କର ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ ଆରମ୍ଭ

ସୁନିଆ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ଗଜପତି ମହାରାଜ ।

ଗଜପତି ମହାରାଜ ଦିବ୍ୟସିଂହ

ଗଜପତି ମହାରାଜ ଦିବ୍ୟସିଂହ

  • News18 Odia
  • Last Updated :
  • Share this:
News 18 Odia Digital

ପୁରୀ: ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି, ପଇତା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ଵିଧି ଅନୁଷ୍ଠିତ ହେବ। ଏଥିପାଇଁ କାଲି ଅପରାହ୍ନ ୨ଟା ଠାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆଜି ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜିତ ହେବାର ବିଧି ରହିଛି। ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ ଅଳଙ୍କାର ବିଭୁଶୀତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ଶହ ଶହ ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି।

ସେପଟେ ପବିତ୍ର ସୁନିଆ ଉତ୍ସବ ଉପଲକ୍ଷେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ। ସୁନିଆ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯାଇଥିଲା । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଥିଲା।

ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଥିଲେ | ଏହି ଅବସରରେ ଗଜପତି ମହାରାଜଙ୍କୁ ଷୋଳ ଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ଏବଂ ମଠ ମାନଙ୍କରୁ ଭେଟି ଅର୍ପଣ କରାଯାଇଥିଲା ।
Published by:Soumyashree Mishra
First published: