୧୦-୧୧ ଦୁଇ ଦିନ ଛେଚିବ; ୫ଟି ଜିଲ୍ଲାକୁ ସତର୍କ କରାଇଲା ପଣିପାଗ ବିଭାଗ

୧୦ ତାରିଖ ଓ ୧୧ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ପୁରୀ, ଗଞ୍ଜାମ, ଗଜପତିରେ ହାଲୁକାରୁ ମଧ୍ୟମ ବର୍ଷା ହେବା ସମ୍ଭାବନା ଥିବା ବେଳେ ୧୧ ତାରିଖରେ ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୫ଟି ଜିଲ୍ଲାକୁ ସତର୍କ କରାଇଲା ପଣିପାଗ ବିଭାଗ (ପ୍ରତୀକାତ୍ମକ ଛବି)

୫ଟି ଜିଲ୍ଲାକୁ ସତର୍କ କରାଇଲା ପଣିପାଗ ବିଭାଗ (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ଶନିବାର ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଇସାରିଛି। ଆଜି ସନ୍ଧ୍ୟା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୦ ତାରିଖରେ ପହଞ୍ଚିପାରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ। ତେବେ ଏହି ସମ୍ଭାବ୍ୟ ବାତ୍ୟା କେବେ ଓ କେଉଁଠି ସ୍ଥଳ ଭାଗ ଛୁଇଁବ, ତାହା ଆକଳନ କରାଯାଇନାହିଁ । ଅବପାତରେ ପରିଣତ ହେବା ପରେ ଅଧିକ ସ୍ପଷ୍ଟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଏହାର ପ୍ରଭାବରେ ୧୦ ତାରିଖ ଓ ୧୧ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ପୁରୀ, ଗଞ୍ଜାମ, ଗଜପତିରେ ହାଲୁକାରୁ ମଧ୍ୟମ ବର୍ଷା ହେବା ସମ୍ଭାବନା ଥିବା ବେଳେ ୧୧ ତାରିଖରେ ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଆଜି ଠାରୁ ପବନର ବେଗ ବଢ଼ିବ । ୯ ତାରିଖରେ ଘଣ୍ଟା ପ୍ରତି ୬୫-୭୫ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ୮୦ ରୁ ୯୦ କିଲୋମିଟର ବେଗରେ ପବନ ହୋଇପାରେ ଏପରିକି ଏହାର ଝଟକା ୧୦୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ ବୋଲି ପ୍ରାଥମିକ ଆକଳନ କରାଯାଉଛି । ସେହିପରି ୧୧ ତାରିଖରେ ୭୦ରୁ ୮୦କିମି ଓ ଝଟକା ପବନ ୯୦ କିମି ହୋଇପାରେ ।

୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ମଧ୍ୟକୁ ଓ ୧୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ପ୍ରବେଶ ନେଇ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଏଥିସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନେ ୮ ତାରିଖଠାରୁ ମାଛ ଧରିବାକୁ ଗଭୀର ସମୁଦ୍ର ମଝିକୁ ନଯିବା ପାଇଁ ବାରଣ କରିବା ସହ, ଯେଉଁ ମତ୍ସ୍ୟଜୀବୀମାନେ ମାଛ ଧରିବାକୁ ସମୁଦ୍ର ମଝିକୁ ଯାଇଛନ୍ତି ୮ ତାରିଖ ସୁଦ୍ଧା ଫେରି ଆସିବାକୁ ସତର୍କ କରିଦେଇଛନ୍ତି । କେତେ ମତ୍ସ୍ୟଜୀବୀ ସମୁଦ୍ର ମଝିକୁ ମାଛ ଧରିବାକୁ ଯାଇଛନ୍ତି ଓ ୮ ତାରିଖ ଦିନ ସୁଦ୍ଧା କେତେଜଣ ଫେରିଛନ୍ତି ସେ ସମ୍ପର୍କରେ ରିପୋର୍ଟ ପ୍ରଦାନ କରିବାକୁ ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଛନ୍ତି ।

ବାତ୍ୟାକୁ ଦୃଷ୍ଟିରେ ରଖ୍ ବିଭାଗ ତରଫରୁ ଏକ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବା ସହ ଜିଲ୍ଲା ସ୍ତରରେ ଅଫିସର ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟ ରଖିବାକୁ ମଧ୍ୟ ଜଣାଇଛନ୍ତି ଏହା ସହ ଜିଲ୍ଲା ସ୍ତରରେ ମତ୍ସ୍ୟଜିବୀମାନଙ୍କୁ ନିୟମିତ ଭାବେ ସତର୍କ ସୂଚନା ଜାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ପାରମ୍ପରିକ ମତ୍ସ୍ୟଜିବୀମାନେ ଉଚ୍ଚ ଜୁଆର ସୃଷ୍ଟିର ଆଶଙ୍କା ଥିବାରୁ ସେମାନଙ୍କର ଡଙ୍ଗା ଗୁଡିକୁ ନିରାପଦ ସ୍ଥାନରେ ରଖିବା ପାଇଁ ସତର୍କ କରି ଦିଆଯାଇଛି ।
Published by:Soumya Das
First published: