ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ପୂଜା; ଅକ୍ଷୟ ତୃତୀୟାରେ ରଥକାମ ଆରମ୍ଭ

ବିଶ୍ୱାସ ରହିଛି ଶ୍ରୀପଞ୍ଚମୀରେ ରଥକାଠ ଅନୁକୂଳ କଲେ ଶୁଭ ହୋଇଥାଏ । ଏହି ଆଧାରରେ ଶୋତ୍ରୀୟ ବ୍ରାହ୍ମଣମାନେ ପବିତ୍ର ତିଥିରେ ପୂଜା କରିଛନ୍ତି ।

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ପୂଜା; ଅକ୍ଷୟ ତୃତୀୟାରେ ରଥକାମ ଆରମ୍ଭ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ପୂଜା; ଅକ୍ଷୟ ତୃତୀୟାରେ ରଥକାମ ଆରମ୍ଭ

  • News18 Odia
  • Last Updated :
  • Puri, India
  • Share this:
News 18 Odia Digital

ପୁରୀ; ପବିତ୍ର ଶ୍ରୀପଞ୍ଚମୀ ଅବସରରେରେ ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା (World famous Car festival ) ପାଇଁ ରଥ କାଠକୁ ପୂଜାର୍ଚ୍ଚନା କରାଯାଇଛି। ବିଶ୍ୱାସ ରହିଛି ଶ୍ରୀପଞ୍ଚମୀରେ ରଥକାଠ ଅନୁକୂଳ କଲେ ଶୁଭ ହୋଇଥାଏ । ଏହି ଆଧାରରେ ଶୋତ୍ରୀୟ ବ୍ରାହ୍ମଣମାନେ ପବିତ୍ର ତିଥିରେ ପୂଜା କରିଛନ୍ତି ।

ବିଧିପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ପୂର୍ବରୁ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ  ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇଥିଲା। ସନ୍ଧ୍ୟାରେ ଆରମ୍ଭ ହୋଇଥିଲା ପୂଜାପାଠ । ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମାଆ ସରସ୍ୱତୀଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା ସହିତ ପୂଜା କରିଥିଲେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯାଇଛି। ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି।

ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ପୂର୍ବ ବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ୧୧୮ ଖଣ୍ଡ କାଠ ମହଜୁଦ ଅଛି । ଅବଶିଷ୍ଟ ୭୪୭ ଖଣ୍ଡ କାଠ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଅଣାଯିବାକୁ ଥିବାବେଳେ ଗତ ୨୧ ତାରିଖ ସନ୍ଧ୍ୟାରେ ତିନୋଟି ଟ୍ରକରେ ୧୦୪ ଖଣ୍ଡ ଅସନ ଓ ଧଉରା କାଠ ପୁରୀରେ ଆସି ପହଞ୍ଚିଛି।  ସେଥି ମଧ୍ୟରୁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନାରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେ.ବିଶାଲ ସିଂହ , ଶ୍ରୀମନ୍ଦିର ଉନ୍ନୟନ ଓ ନୀତି ପ୍ରଶାସକ, ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।



ପଢ଼ନ୍ତୁ ଏହି ଖବର - http://ଶ୍ୱଶୁର ବିବାହ କଲେ ବୋହୂକୁ; ବରକୁ ୭୦ କନ୍ୟାକୁ ୨୮ ବର୍ଷ ବୟସ.. ଜାଣନ୍ତୁ କାହିଁକି କଲେ ବିବାହ
Published by:Soubhagya Mishra
First published: