ହୋମ୍ » ଓଡ଼ିଶା ନ୍ୟୁଜ୍ » ଓଡ଼ିଶା»ପଞ୍ଚାୟତ ନିର୍ବାଚନ: ସମସ୍ତ ତାଲିକା ପଠାଇବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ନିର୍ବାଚନ କମିଶନର

ପଞ୍ଚାୟତ ନିର୍ବାଚନ: ସମସ୍ତ ତାଲିକା ପଠାଇବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ନିର୍ବାଚନ କମିଶନର

ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ଯ ସମାପ୍ତ କରି ତାହାର ତାଲିକା ଆସନ୍ତା ୨୬ ତାରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ପଠାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ପଞ୍ଚାୟତ ନିର୍ବାଚନ: ସମସ୍ତ ତାଲିକା ପଠାଇବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ନିର୍ବାଚନ କମିଶନର
ସମସ୍ତ ଜିଲ୍ଲାପାଳଙ୍କ ସହ କଥା ହେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ (ପ୍ରତୀକାତ୍ମକ ଛବି)
  • News18 Odia
  • Last Updated: October 22, 2021, 5:48 PM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ଭୁବନେଶ୍ୱର: ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ଆଦିତ୍ଯ ପ୍ରସାଦ ପାଢୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ଯ ସମାପ୍ତ କରି ତାହାର ତାଲିକା ଆସନ୍ତା ୨୬ ତାରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରତ୍ୟେକ ଜିଲ୍ଲାରେ କେତେ ସଂଖ୍ୟକ ବ୍ୟାଲେଟ ବାକ୍ସ ଆବଶ୍ୟକ ସେ ସମ୍ପର୍କରେ କମିଶନର ଜାଣିବାକୁ ଚାହିଁଥିଲେ। ନିର୍ବାଚନ କମିଶନର ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନଙ୍କୁ ନିଯୁକ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି। ଭିଡିଓ କନଫରେନସିଂ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ଯର ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ ଓ ଅନ୍ଯାନ୍ଯ ଅଧିକାରୀମାନେ ଉପସ୍ଥିତ ଥିଲେ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ଵାରା ୨୦୨୧ ଅକ୍ଟୋବର ୪ ତାରିଖ ଦିନ ସମସ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିବା ଚିଠି ଅନୁସାରେ ଜିଲ୍ଲାପାଳମାନେ ସଂପୃକ୍ତ ଜିଲ୍ଲାର ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଟ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ୟ ସମାପ୍ତ କରି ତାହାର ତାଲିକା ୨୬ ଅକ୍ଟୋବରରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦେଶ ଦିଆଯାଇଛି । ଏହି ତାଲିକା ଜିଲ୍ଲାପାଳମାନେ ସ୍ଵତନ୍ତ୍ର ବାର୍ତ୍ତାବହ ଜରିଆରେ ନିର୍ବାଚନ କମିଶନଙ୍କୁ ପଠାଇବାକୁ କୁହାଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ପଦ ସଂରକ୍ଷଣ ତଥ୍ୟ ନିର୍ବାଚିତ ଫର୍ମାଟରେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ୨୦୨୧ ଅକ୍ଟୋବର ୨୬ରିଖ ସୁଦ୍ଧା ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

କେବଳ ସେତିକି ନୁହେଁ, ନିର୍ବାଚନ କମିଶନଙ୍କ ପକ୍ଷରୁ ପଞ୍ଚାୟତ ନିର୍ବାଚନ ନିମନ୍ତେ ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଜଣାଇ ଦିଆଯାଇଛି। ଯେଉଁଠାରେ ଭୋଟ ଗ୍ରହଣ ନିମନ୍ତେ ସୁବିଧା ନଥିବ ସେଠାରେ ଅସ୍ଥାୟୀ ଭୋଟ ଗ୍ରହଣ କେନ୍ଦ୍ର ନିର୍ମାଣ କରାଇବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳମାନେ ଏଥ ପ୍ରତି ଧ୍ୟାନ ଦେବାକୁ କୁହାଯାଇଛି ।

ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ ବକ୍ସ ସଂପର୍କରେ ନିର୍ବାଚନ କମିଶିନର ଆଲୋଚନା କରିଥିଲେ । ପ୍ରତ୍ୟେକ ଜିଲ୍ଲାରେ କେତେ କେତେ ବ୍ୟାଲେଟ ବକ୍ସ ଦରକାର ହେବ, ଜିଲ୍ଲା ସ୍ତରରେ କେତେବ୍ୟାଲେଟ ବକ୍ସ ଅଛି, ସେ ସଂପର୍କରେ କମିଶନ ଜାଣିବାକୁ ଚାହିଁଥିଲେ। ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବ୍ୟଲେଟ ବକ୍ସର ମରାମତି ଓ ରଙ୍ଗ କରାଇବା ପାଇଁ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳଙ୍କୁ ଜଣାଇଛନ୍ତି ।ଏହି ନିମନ୍ତେ ୧ କୋଟି ୧୬ ଲକ୍ଷ ଟଙ୍କା ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି ଏବଂ ୨୦୨୧ ନଭେମ୍ବର ୧୫ ସୁଦ୍ଧା ଏ ସମସ୍ତ କାର୍ଯ୍ୟ ସଂପନ୍ନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପରେ ଭୋଟଗଣତି ସଂପର୍କରେ ନିର୍ବାଚନ କମିଶନ ଏକ ବିସୄତ ନିୟମାବଳୀ ଜାରି କରିଛନ୍ତି । ଏଥର ପଞ୍ଚାୟତ ନିର୍ବାଚନ ଭୋଟଗଣତି ବ୍ଲକ ମୁଖ୍ୟାଳୟଠାରେ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଜିଲ୍ଲାପାଳ ଭୋଟଗଣତି ସଂପର୍କରେ ଜାରି କରାଯାଇଥିବା ବିସ୍ତୃତ ନିୟମାବଳୀକୁ ଅନୁଧ୍ୟାନ କରିବା ପାଇଁ କମିଶନ ତରଫରୁ କୁହାଯାଇଛି । ଜିଲ୍ଲାପାଳମାନେ ବ୍ଲକ୍ ମୁଖ୍ୟାଳୟରେ ଭୋଟଗଣତି କେନ୍ଦ୍ର ଚିହ୍ନଟ ସହ ପ୍ରସ୍ତୁତ କରି ରଖିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟ ନିର୍ବାଚନ କମିଶନ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ନିମନ୍ତେ ଜାନୁଆରୀ ୨୦୨୧ରେ ପ୍ରକାଶ ପାଇଥିବା ବିଧାନସଭା ନିର୍ବାଚନ ମଣ୍ଡଳୀ ଭୋଟର ତାଲିକା ସମସ୍ତ ଜିଲ୍ଲାଗୁଡ଼ିକୁ ସି.ଡ଼ (ଏକ୍ସଲ୍ ଫର୍ମାଟ୍) ଜରିଆରେ ପଠାଯାଇଛି । ଏହାକୁ ଆଧାର କରି ଜିଲ୍ଲା ସମୂହ (ଏକ୍ସଲ ଫର୍ମାଟ)ରେ ଆସନ୍ତା ୨୦୨୨ରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।
Published by: Soumya Das
First published: October 22, 2021, 5:48 PM IST