News 18 Odia Digital
ଭୁବନେଶ୍ୱର : ଗଣପର୍ବ ନୂଆଁଖାଇ ଅବସରରେ ଗୁରୁବାର ଦିନ ରାଜ୍ୟ ସରକାର ‘କାଳିଆ’ ସହାୟତା ପ୍ରଦାନ କରିଛନ୍ତି। ଏଥିରେ ୪୧ଲକ୍ଷ କ୍ଷୁଦ୍ର ନାମମାତ୍ର ଚାଷୀ ଓ ୮୧ହଜାର ଭୂମିହୀନ ଚାଷୀଙ୍କୁ ୨୦୦୦ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ଏହି ପରି ମୋଟ୍ ୮୬୯ କୋଟି ଟଙ୍କା ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି ।
କାଳିଆ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ କାଳିଆ ଯୋଜନାକୁ ଦେଶର ସବୁଠାରୁ ଭଲ ଯୋଜନା । ଛୋଟ ଚାଷୀମାନଙ୍କ ମଧ୍ୟରେ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି। ଭୂମିହୀନ ଚାଷୀମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି ଏବଂ ଏହା ଚାଷ କାମକୁ ଆଗେଇ ନେବାରେ ବହୁ ସହାୟକ ହେବ ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି । ଖୁବ୍ ଶୀଘ୍ର ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ୍ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ। ଓଡ଼ିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜ୍ବଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ ବୋଲି କହିଛନ୍ତି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।