ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ଟି ନୂଆ କୋର୍ଟ; ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ

ବିଭିନ୍ନ ଜିଲ୍ଲାରେ ପ୍ରତିଷ୍ଠା ହେବ ୩୪ଟି ନୂତନ ଅଦାଲତ। ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ।

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ଟି ନୂଆ କୋର୍ଟ (ପ୍ରତୀକାତ୍ମକ ଛବି)

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ଟି ନୂଆ କୋର୍ଟ (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ପ୍ରତିଷ୍ଠା ହେବ ୩୪ଟି ନୂତନ ଅଦାଲତ। ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ।

ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ଆକାରରେ ପ୍ରକାଶ ପାଇବ। କମିଟିରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ୍ ସଚିବ ପ୍ରତାପ କୁମାର ପାତ୍ର ପ୍ରମୁଖ ରହିଛନ୍ତି ।

ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠାପାଇଁ ଅନୁମୋଦନ କରିଥିବାବେଳେ ଅନ୍ୟ ୭ଟି ଜିଲ୍ଲା ଓ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରୀ ଦେଇଛନ୍ତି । ଏଥି ମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋରୋ ଓ ଜଳେଶ୍ୱରରେ ଗୋଟିଏ, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଓ ଗଜପତି ଜିଲ୍ଲାର ଆର.ଉଦୟଗିରି ଠାରେ ରହିଛି ।

ଅନୁରୂପ ଭାବେ ୫ଟି ସିଭିଲ ଜଜ କୋର୍ଟ(ସିନିଅର ଡିଭିଜନ)କୁ ଅନୁମୋଦନ କରାଯାଇଛି । ଏଗୁଡ଼ିକ ନୟାଗଡ଼ ଜିଲ୍ଲାର ରଣପୁର, କଟକ ଜିଲ୍ଲାର ନରସିଂହପୁର ଓ ବଡ଼ମ୍ବା, ଗଞ୍ଜାମ ଜିଲ୍ଲାର ସୋରଡ଼ା ଓ ସୋନପୁର ଜିଲ୍ଲାର ରାମପୁରଠାରେ ହେବ । ଏଗାରଟି ସ୍ଥାନରେ ସିଭିଲ ଜଜ କୋର୍ଟ (ଜୁନିଅର ଡିଭିଜନ) ସ୍ଥାପନ ହେବ। ଏଗୁଡ଼ିକ ବଲାଙ୍ଗିର ଜିଲ୍ଲାର ତୁଷରା, ଢେଙ୍କାନାଳ, ବାଲେଶ୍ୱର ଜିଲ୍ଲାର ସୋରୋ, ସିମୁଳିଆ, ବାହାନାଗା ଓ ଜଳେଶ୍ୱର, ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, ଦେବଗଡ଼ ଜିଲ୍ଲାର ବାରକୋଟ, ଜଗତସିଂହପୁରପ ଜିଲ୍ଲାର ନାଉଗାଁ ଓ କନ୍ଧମାଳ ଜିଲ୍ଲାର କେ.ନୂଆଗାଁ ଓ ଖଜୁରୀପଡ଼ାରେ ପ୍ରତିଷ୍ଠା ହେବ।

ଏଥି ସହିତ ମିଟି ମଧ୍ୟ ୧୦ଟି ବାଣିଜ୍ୟିକ ଅଦାଲତ ପ୍ରତିଷ୍ଠା ପାଇଁ ସ୍ଥିର କରିଛନ୍ତି । ଏଗୁଡିକ ମଧ୍ୟରେ କଟକ ସଦର, ଭୁବନେଶ୍ୱର, ପୁରୀରେ ଦୁଇଟି, ବାଲେଶ୍ୱର ସଦର, ବଲାଙ୍ଗିର ସଦର, କେନ୍ଦ୍ରାପଡା ସଦର, ଜୟପୁର, ରାଉରକେଲା ଓ ଗୋଟିଏ ଲିଭ୍ ରିଜର୍ଭ ଅଦାଲତ ହେବ ।

ବୈଠକରେ ଏହିସବୁ ଅଦାଲତ ପ୍ରତିଷ୍ଠା ପାଇଁ ୨୧.୨୬ କୋଟି ଟଙ୍କାର ବଜେଟକୁ ଅନୁମୋଦନ କରାଯାଇଛି । ଅତିରିକ୍ତ ଜିଲ୍ଲା ଓ ସେସନ ଅଦାଲତ ପାଇଁ ୫.୨୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ସିଭିଲ ଜଜ୍ ଅଦାଲତ (ସିନିଅର ଡିଭିଜନ) ପାଇଁ ୩.୬୦କୋଟି, ସିଭିଲ ଜଜ୍ (ଜୁନିଅର ଡିଭିଜନ) ବାଣିଜ୍ୟିକ ଅଦାଲତ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର ହୋଇଛି।

ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ୪ଟି ବାଣିଜ୍ୟିକ ଅଦାଲତ ଭୁବନେଶ୍ୱର, କଟକ, ସମ୍ବଲପୁର ଓ ବ୍ରହ୍ମପୁରଠାରେ ପ୍ରତିଷ୍ଠାକୁ ଅନୁମୋଦନ କରିଥିବାବେଳେ ନୟାଗଡ଼ ଜିଲ୍ଲାର ଓଡଗାଁ ଠାରେ ସିଭିଲ ଜଜ୍ କୋର୍ଟ (ସିନିଅର ଡିଭିଜନ)କୁ ଅନୁମୋଦନ କରାଯାଇଛି । ଓଡିଶା ହାଇକୋର୍ଟଙ୍କ ଅନୁମୋଦନ ପରେ ମଞ୍ଜୁରୀ ପାଇଥିବା ଏହି ଅଦାଲତ ପର୍ଯ୍ୟାୟ କ୍ରମେ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ।
Published by:Soumya Das
First published: