ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
News18 Odia Digital
ଭୁବନେଶ୍ବର: ମଙ୍ଗଳବାର ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା। ଭାରତର ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଆସନ୍ତା ଦୁଇ ତିନି ଦିନ ଧରି ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି।
ଭୁବନେଶ୍ୱରର IMDର ଆଞ୍ଚଳିକ କେନ୍ଦ୍ର ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି।
୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା। ସର୍ତକ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି। ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।
ଏହା ବ୍ୟତୀତ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ବଜ୍ରପାତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପ୍ରବଳ ବର୍ଷା ଓ କାଳବୈଶାଖୀକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।