ଆଜି ସବୁ ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା; ଝାରସୁଗୁଡ଼ା ଚାଷୀଙ୍କୁ ମିଳିବନି ସହାୟତା

ଉତ୍କଳ ଦିବସରେ ଚାଷୀଙ୍କୁ ଭେଟି ଦେବେ ରାଜ୍ଯ ସରକାର । ଆଜି ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା ।

କାଳିଆ ଟଙ୍କା

କାଳିଆ ଟଙ୍କା

  • News18 Odia
  • Last Updated :
  • Other, India
  • Share this:
News18 Odia Digital

Kalia Scheme: ଆଜି ମିଳିବ କାଳିଆ ଟଙ୍କା(Kalia Assistance)। ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା। ୪୩ ଲକ୍ଷରୁ ଉର୍ଦ୍ଧ୍ବ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ମିଳିବ କାଳିଆ ସହାୟତା । ମୋଟ ୮୭୭ କୋଟି ଟଙ୍କା କାଳିଆ ସହାୟତା ଚାଷୀଙ୍କ ଆକାଉଣ୍ଟକୁ ଯିବ। ଝାରସୁଗୁଡ଼ାରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବାରୁ ସେଠାକାର ଚାଷୀଙ୍କୁ ଏବେ ସହାୟତା ମିଳିବନି।

୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।



ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘କାଳିଆ’ ଯୋଜନାରେ ପ୍ରଥମେ ଦୁଇଟି କିସ୍ତିରେ ୫ ହଜାର ଲେଖାଁଏ ବାର୍ଷିକ ୧୦ ହଜାର ଟଙ୍କା ଦିଆଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହାକୁ ଦୁଇଟି କିସ୍ତିରେ ୨ ହଜାର କରି ବାର୍ଷିକ ୪ ହଜାରକୁ ହ୍ରାସ କରାଯାଇଥିଲା।'କାଳିଆ' ଯୋଜନାର ମୁଖ୍ୟ ଉଦ୍ଦେଶ୍ଯ ହେଉଛି, ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା। ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲବ୍ଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ।
Published by:Soumya Das
First published: