• ହୋମ୍
  • »
  • ଓଡ଼ିଶା ନ୍ୟୁଜ୍
  • »
  • ଓଡ଼ିଶା
  • »
  • ସୀମା ବିବାଦ ସମାଧାନ ପାଇଁ ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସୀମା ବିବାଦ ସମାଧାନ ପାଇଁ ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସୀମା ବିବାଦ ସମାଧାନ ପାଇଁ ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କୋରାପୁଟର କୋଟିଆ ଓ ଗଜପତିର ମାଣିକପାଟଣାରେ ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

  • News18 Odia
  • Last Updated :
  • New Delhi, India
  • Share this:
ଭୁବନେଶ୍ୱର: ସୀମା ବିବାଦ ସମାଧାନ ପାଇଁ ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।କୋରାପୁଟର କୋଟିଆ ଓ ଗଜପତିର ମାଣିକପାଟଣାରେ ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ରାଜ୍ୟ ରାଜନୀତି ତୀବ୍ର। ସୀମା ବିବାଦର ସମାଧାନ ପାଇଁ ଏକ ସର୍ବଦଳୀୟ ବୈଠକ ଡକାଯାଉ ବୋଲି ସେ ଉଲ୍ଲେଖ କରିଛନ୍ତି। ବୈଠକରେ ସୀମା ବିବାଦ ପାଇଁ ଗଠନ କରାଯାଇଥିବା ଆନ୍ତଃରାଜ୍ୟ କମିଟିର ଅଗ୍ରଗତି କାର୍ଯ୍ୟ ଉପରେ ସମୀକ୍ଷା କରାଯାଉ ।

ଏହାସହ ସୀମାବର୍ତ୍ତୀ ଗାଁ ଗୁଡ଼ିକରେ ନିଆଯାଇଥିବା ବିକାଶମୂଳକ କାର୍ଯ୍ୟ ଗୁଡ଼ିକର ତଥ୍ୟ ବୈଠକରେ ଉପସ୍ଥାପନ କରିବା ପାଇଁ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସେପଟେ ଏହାକୁ ନେଇ ରାଜନୀତି ତୀବ୍ର ହୋଇଛି। ସର୍ବଦଳୀୟ ବୈଠକର ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ଆବଶ୍ୟକ ପଡ଼ିଲେ ନେବେ ବୋଲି ବିଜେଡି କହିଛି। ସୀମାବର୍ତ୍ତୀ ଅଞ୍ଚଳରେ ଯାହା କାର୍ଯ୍ୟକ୍ରମ କରିବା କଥା ମୁଖ୍ୟମନ୍ତ୍ରୀ କରିଛନ୍ତି । ପଡୋଶୀ ରାଜ୍ୟ ପ୍ରଲୋଭିତ କରୁଛନ୍ତି, କିନ୍ତୁ ରାଜ୍ୟ ସରକାର ସବୁ ପଦକ୍ଷେପ ନେଉଛନ୍ତି। ସେପଟେ ଏ ସବୁର ସମାଧାନ କେନ୍ଦ୍ର ସରକାରଙ୍କ ଦାଇତ୍ୱ ବୋଲି କହିଛି ଶାସକ ଦଳ।

ଶାନ୍ତିପୂର୍ଣ୍ଣ ଭାବରେ ୨ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରି ସୀମା ବିବାଦର ସମାଧାନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ୨୦୨୦ ଓ ୨୦୨୧ରେ ଚିଠି ଲେଖି ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।ବିଗତ ବର୍ଷ ମାନଙ୍କରେ ଏହି ସୀମା ବିବାଦର ସମାଧାନ ପାଇଁ ତାଙ୍କ ଦ୍ୱାରା ଉଦ୍ୟମ କରାଯିବା ସତ୍ୱେ ଏଥିରେ କୌଣସି ପରିବର୍ତନ ହୋଇନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ।ସୀମା ବିବାଦର ସମାଧାନ ପାଇଁ ଯେଉଁ ଆନ୍ତଃରାଜ୍ୟ କମିଟି ଗଠନ କରାଯାଇଥିଲା ତାହାର ଅଗ୍ରଗତି କାର୍ଯ୍ୟର ସମୀକ୍ଷା କରିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ।
Published by:Soumyashree Mishra
First published: