Weather Update: ରାଜ୍ୟରେ ୧୩ ଯାଏଁ ବର୍ଷିବ; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୧୧ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। କିନ୍ତୁ ୧୩ ତାରିଖ ଯାଏ ବର୍ଷା ଜାରି ରହିବ। ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ପାଣିପାଗ ଖବର (ପ୍ରତୀକାତ୍ମକ ଛବି)

ପାଣିପାଗ ଖବର (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Odisha (Orissa)
  • Share this:
News18 Odia Digital

ଭୁବନେଶ୍ୱର: ୧୧ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। କିନ୍ତୁ ୧୩ ତାରିଖ ଯାଏ ବର୍ଷା ଜାରି ରହିବ। ଅବପାତର ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଉତ୍ତରପଶ୍ଚିମ ତଥା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ରହିବ। ତେଣୁ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଦେଇଛି। ନୂଆପଡ଼ା, ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଆଦି ଜିଲ୍ଲା‌‌ରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି।

ପାଣିପାଗ କେନ୍ଦ୍ର ଆହୁରି କହିଛି ଯେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଯାଇଛି। କିଛି କିଛି ସ୍ଥାନରେ ମୌସୁମୀଜନିତ ବର୍ଷା ମଧ୍ୟ ଜାରି ରହିଛି। ୧୧ ତାରିଖ ଦିନ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭ‌ାବନା ରହିଛି। ସେହିଭଳି ୧୨ ତାରିଖ ଦିନ ମଧ୍ୟ ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାରେ ଭାରୀ ବର୍ଷାର ସମ୍ଭାବନା ରହିଛି। ୧୩ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥି ସହ ମାଲକାନଗିରି, କୋରାପୁଟ, ନୟାଗଡ଼, ଖୋର୍ଧା, ପୁରୀ, କଟକ, ବୌଦ୍ଧ, ବରଗଡ଼, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ବର ଓ ବରଗଡ଼ ଆଦି ଜିଲ୍ଲାରେ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
Published by:Soumya Das
First published: