ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
- News18 Odia
- Last Updated :
- Other, India
News18 Odia Digital
ଭୁବନେଶ୍ୱର: ୨୦୧୯ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ବିଜେପୁର ବାସୀ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ବିଜେପୁରରୁ ଲଢ଼ିଥିଲେ। ୨୦୨୪ ରେ ବି ପଶ୍ଚିମ ଓଡ଼ିଶାରୁ ଲଢ଼ିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିବୁ ବୋଲି କହିଛନ୍ତି ବିଜେଡ଼ି ବିଧାୟକ ସୁଶାନ୍ତ ସିଂ।
ଗତକାଲି ନିର୍ବାଚନ ଫଳାଫଳ ବିଜେଡି ସପକ୍ଷରେ ଯିବା ପରେ ଖୁବ ଶୀଘ୍ର ପଦ୍ମପୁର ଯିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମାସକ ମଧ୍ୟରେ ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ। ପଦ୍ମପର ବାସୀଙ୍କୁ କୃତଜ୍ଞତା ଜଣାଇବାକୁ ମୁଖ୍ୟମନ୍ତ୍ରୀ ପଦ୍ମପୁର ଗସ୍ତ କରିବେ। ଏ ନେଇ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଉପନିର୍ବାଚନ ସମୟରେ ପ୍ରତିଶ୍ରୁତି ଦେଇଥିବା ଦେଇଥିବା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ବୋଲି କହିଛନ୍ତି ବିଜେଡି ବିଧାୟକ।
ଗୁରୁବାର ପଦ୍ମପୁର ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବହୁମତ ହାସଲ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରବାସୀଙ୍କୁ ଧନ୍ୟବାଦ ଜଣାଇଥିଲେ।ପଦ୍ମପୁରବାସୀଙ୍କ ପାଖରେ ଋଣୀ ରହିବା ସହ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ ବୋଲି ଜଣାଇଥିଲେ CM।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।