Weather Update: ରାଜ୍ୟରେ ପ୍ରବଳ ବର୍ଷା; ୨୬ରେ ବଦଳିବ ପାଗ

ଆଜି ଓ ୨୫ ତାରିଖରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ।

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି (ପ୍ରତୀକାତ୍ମକ ଛବି)

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ରାଜ୍ୟରେ ଜାରି ରହିଛି ବର୍ଷା । ଏଥି ମଧ୍ୟରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ପାଇଁ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ବୌଦ୍ଧ ଓ କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆଜି ଓ ୨୫ ତାରିଖରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ତଳି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଏଥିପାଇଁ ସତର୍କ ରହିବାକୁ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍ଥିତି ସଙ୍ଗୀନ ହୋଇପାରେ । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏବେ ମୌସୁମୀ ଟ୍ରପଲାଇନ୍ ସକ୍ରିୟ ରହିଛି । ଏହାର ପ୍ରଭାବରେ ବର୍ଷା ଜାରି ରହିଛି । ୨୬ ତାରିଖ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Published by:Soumya Das
First published: