- News18 Odia
- Last Updated :
News 18 Odia Digital
ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ ଖୁବ୍ ଶୀଘ୍ର ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩-୩ ମ୍ୟାଚ୍ ଟି-୨୦ ସିରିଜ୍ ଖେଳିବ। ଏଥିପାଇଁ ଟିମ୍ ଇଣ୍ଡିଆ ଘୋଷଣା କରାଯାଇଛି। ତେବେ ଟି-୨୦ବିଶ୍ୱକପ ପାଇଁ ୧୫ ଜଣିଆ ସ୍କ୍ଵାର୍ଡ ଘୋଷଣା କରିଛି। ଆଉ ୪ ଜଣ ଖେଳାଳିଙ୍କୁ ଷ୍ଟାଣ୍ଡବାଇ ଖେଳାଳି ଭାବେ ରଖିଛି ବିସିସିଆଇ।
ରୋହିତ ଶର୍ମା ଅଧିନାୟକ ଭାବେ ଚୟନ ହୋଇଥିବା ବେଳେ କେଏଲ ରାହୁଲ ଉପ ଅଧିନାୟକ ଭାବେ ଚୟନ ହୋଇଛନ୍ତି। ବିଶ୍ୱକପ ପାଇଁ ଦଳକୁ ଫେରିଛନ୍ତି ଜସପ୍ରୀତ ବୁମରା। ଟିମରେ ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡ୍ଡା, ରିଷଭ ପନ୍ତ(ଓ୍ଵିକେଟ କିପର), ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନ, ଯୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଜସପ୍ରୀତ ବୁମରା, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଅର୍ଶଦୀପ ସିଂଙ୍କୁ ଚୟନ କରାଯାଇଛି। ସେହିପରି ଷ୍ଟାଣ୍ଡବାଏ ଖେଳାଳି ଭାବେ ମହମ୍ମଦ ସାମି, ଶ୍ରେୟସ ଆୟର, ରବି ବିଷ୍ଣୋଇ, ଦୀପକ ଚହର ଭାବେ ରହିଛନ୍ତି।
ଟିମ୍ ଇଣ୍ଡିଆ: ରୋହିତ ଶର୍ମା ( ଅଧିନାୟକ), କେଏଲ ରାହୁଲ ( ଉପଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡ୍ଡା, ରିଷଭ ପନ୍ତ(ଓ୍ଵିକେଟ କିପର), ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନ, ଯୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଜସପ୍ରୀତ ବୁମରା, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଅର୍ଶଦୀପ ସିଂ
Published by:Soumyashree Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।