ଆକ୍ସନ ମୁଡ଼ରେ ଦିଲ୍ଲୀପ ତିର୍କୀ
- News18 Odia
- Last Updated :
- Other, India
News18 Odia Digital
ଭୁବନେଶ୍ୱର: ଆକ୍ସନ ମୁଡରେ ହକି ଇଣ୍ଡିଆ। ହକି ଇଣ୍ଡିଆର ସଭାପତି ଭାବେ ଡ଼ ଦିଲ୍ଲିପ ତିର୍କୀ ଦାୟିତ୍ୱ ନେବା ପରେ ହକିର ବିକାଶ ପାଇଁ ଅଣ୍ଟା ଭିଡ଼ିଛନ୍ତି। ଡ୍ରାଗ୍ ଫ୍ଲିକର କୋଚ୍ ଓ ଗୋଲକିପର କୋଚ୍ ରହିବା ନେଇ ସବୁ ରାଜ୍ୟର ହକି ହଷ୍ଟେଲ ଓ ହକି ଏକାଡେମୀକୁ ଚିଠି ଲେଖି ଅନୁରୋଧ କରିଛନ୍ତି ହକି ଇଣ୍ଡିଆର ସଭାପତି ଡ଼ ଦିଲ୍ଲୀପ ତିର୍କୀ ।
ସାରା ଭାରତରେ ରହିଥିବା ସମସ୍ତ ହକି ଏକାଡାମୀ, ସ୍ପୋର୍ଟ ହଷ୍ଟେଲ ବା ହକି ହଷ୍ଟେଲରେ ଫ୍ଲିକର କୋଚ୍ ଓ ଗୋଲକିପର କୋଚ୍ ରହିବେ। ଏବେ ଜଣେ ଲେଖାଏଁ ୧୬ ବର୍ଷ ବୟସରୁ କିପରି ସେମାନେ ଉଚିତ ଟ୍ରେନିଂ ନେଇପାରିବେ ତାହା ଉପରେ ହକି ଇଣ୍ଡିଆ ପକ୍ଷରୁ ଯୋଜନା କରିଛି। ଏହି ଦୁଇଟି ପୋଜିସନ ଡ୍ରାଗ୍ ଫ୍ଲିକର ଓ ଗୋଲକିପର ବିଭାଗ ମର୍ଡନ ହକି ପାଇଁ ବହୁତ ଗୁରୁତ୍ୱପୂର୍ଣ। ଗ୍ରାସରୁଟରୁ କିଭଳି ହକିକୁ ମଜଭୁତ କରାଯିବ ସେ ନେଇ ଏବେ ଫୋକସ ଦିଆଯାଉଛି। ଗ୍ରାସରୁଟ ଲେବୁଲରେ ଅଧିକ ପୁଅ ଝିଅ କିପରି ହକିରେ ସାମିଲ ହୁଅନ୍ତୁ ଏବେ ସେମାନଙ୍କ ଭିତରୁ ପ୍ରତିଭାବାନ ଖେଳାଳିଙ୍କୁ ଚୟନ କରାଯିବାକୁ ଲକ୍ଷ୍ୟ ରଖିଛି ହକି ଇଣ୍ଡିଆ।
ବିଶ୍ୱର ଯେତେଟି ଶ୍ରେଷ୍ଠ ହକି ଟିମ୍ ଅଛି ସେମାନଙ୍କ ପାଖରେ ବିଶ୍ୱସ୍ତରୀୟ ଡ୍ରାଗ୍ ଫ୍ଲିକର ରହିଛନ୍ତି । ତାହାର କାରଣର ହେଲା ସେମାନେ ସବଜୁନିୟର ଓ ଜୁନିୟର ସ୍ତରରୁ ଡ୍ରାଗ ଫ୍ଲିକର ପାଇଁ ସ୍ୱତନ୍ତ୍ର ଟ୍ରେନିଂ ନେଉଛନ୍ତି । ସେହିପରି ସବଜୁନିୟର ଓ ଜୁନିୟର ସ୍ତରରେ ବିଶ୍ୱର ବଡ଼ ବଡ଼ ହକି ଟିମ ପାଖରେ ସ୍ୱତନ୍ତ୍ର ଗୋଲକପିର କୋଚ୍ ରହିଛନ୍ତି । ତେଣୁ ସେମାନଙ୍କ ପ୍ରଦର୍ଶନ ସିନିୟର ଦଳରେ ବେଶ ଭଳ ହେଉଛି। ଡ. ଦିଲ୍ଲୀପ ତିର୍କି ହକି ଇଣ୍ଡିଆର ସଭାପତି ହେବା ପରେ ଭାରତୀୟ ହକି ଟିମ୍ ତାର ତାର ପୂର୍ବ ଗୌରବକୁ ଫେରିପାଇବା ପାଇଁ ଏବେ ଅନେକ ପଦକ୍ଷେପ ନେଉଛନ୍ତି ।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।