News18 Odia Digital
ପୁରୀ: ଓଡ଼ିଶା ଆୟୋଜନ କରୁଛି ୨୦୨୩ର ପୁରୁଷ ହକି ବିଶ୍ୱକପ (Mens Hockey World Cup)। ଏହାକୁ ସ୍ମରଣୀୟ ଓ ଆକର୍ଷଣୀୟ କରିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ଗ୍ରହଣ କରିଛି ବିବିଧ କାର୍ଯ୍ୟକ୍ରମ।
ଆଜି ଅପରାହ୍ନରେ କଟକ ବାରବାଟୀ ଷ୍ଟାଡିୟମ ଠାରେ ଏହାର ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ଏଥିରେ ବଲିଉଡ କଳାକାର ରଣବୀର ସିଂ, ଦିଶା ପଟାନୀ, ଗାୟକ ପ୍ରିତମ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କ୍ରିଡ଼ା ବିଭାଗ ସୂତ୍ରରୁ ପ୍ରକାଶ।
ଏହାର ସିଧା ପ୍ରସାରଣ ଏକ ବିରାଟ ଏଲ.ଇ.ଡି. ଟିଭି ମାଧ୍ୟମରେ ପୁରୀ ସମୁଦ୍ର କୂଳ ଭିକ୍ଟୋରିଆ ହୋଟେଲ ସମ୍ମୁଖରେ ହେବ, ଯାହା "ସିଟି ଫେଷ୍ଟ ଇନ୍ ଓଲିସ୍ ଲ୍ୟାଣ୍ଡ" ନାମରେ ନାମିତ ହୋଇଛି। ସେଠାରେ ବ୍ୟବସ୍ଥା କରା ଯାଇଛି। ସେଠାରେ ମଧ୍ୟ ବିଶ୍ୱକପର ଏକ ପ୍ରତିକୃତି ସ୍ଥାପିତ ହୋଇଛି। ଏଥି ସହ ସାଂସ୍କୃତିକ କାର୍ଯ୍ୟକ୍ରମ,ବିଭିନ୍ନ କ୍ରିଡ଼ା ପ୍ରତିଯୋଗିତା, ଫୁଡ ପାର୍କର ଆୟୋଜନ କରାଯାଇଛି।

ପୁରୀ ବିଚ୍ରେ ଲାଗିବ ବଡ଼ LED ଟିଭି
ଅପରପକ୍ଷରେ ଜାନୁଆରୀ ୧୩ ତାରିଖ ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ଏହି ସ୍ଥାନରେ ବିଶ୍ୱକପର ସମସ୍ତ ମ୍ୟାଚର ସିଧା ପ୍ରସାରଣ କରାଯିବ। ମ୍ୟାଚର ବିରତି ସମୟରେ ସାଂସ୍କୃତିକ ଓ କ୍ରିଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।
ଏହି ଖବର ବି ପଢ଼ନ୍ତୁhttps://odia.news18.com/news/odisha/high-court-reacted-on-states-prisons-overcrowded-tv-100123-lpd-nmc-147171.htmlସେହିପରି ସମସ୍ତ ବ୍ଲକ, ଏନ.ଏ.ସି. ଓ ପଞ୍ଚାୟତମାନଙ୍କରେ ମଧ୍ୟ ଏଲ.ଇ.ଡି. ଟିଭି ମାଧ୍ୟମରେ ଉଦଘାଟନୀ କାର୍ଯ୍ୟକ୍ରମ ଏବଂ ବିଶ୍ୱକପର ସମସ୍ତ ମ୍ୟାଚର ସିଧା ପ୍ରସାରଣର କରାଯିବ।
ଆଜି ଜିଲ୍ଲାପାଳ ବର୍ମା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ ସାହୁ ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କୁମାର ପ୍ରଧାନ ପ୍ରମୁଖ କ୍ଷେତ୍ର ପରିଦର୍ଶନ କରି କାର୍ଯ୍ୟ ସମୀକ୍ଷା କରିଥିଲେ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।