News18 Odia Digital
Link Aadhaar With Voter ID Card : ଆଉ ବର୍ଷେ ବଢ଼ିଲା ଆଧାର କାର୍ଡ-ଭୋଟର ଆଇଡି ଲିଙ୍କ୍ ଅବଧି । ୨୦୨୪ ମାର୍ଚ୍ଚ ୩୧ ଡେଡଲାଇନ । କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ପୂର୍ବରୁ ୨୦୨୩ ଏପ୍ରିଲ ୧ ଥିଲା ଶେଷ ତାରିଖ । ନୂଆ ନିୟମ ଅନୁଯାୟୀ, ଭୋଟର ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ ଥିବା ଫର୍ମଗୁଡ଼ିକରେ କେତେକ ସଂଶୋଧନ କରାଯାଇଛି ।
ଭୋଟର ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ କେବଳ ଫର୍ମ ନଂ-୬ରେ ଆବେଦନ କରାଯିବ । ପ୍ରବାସୀ ଭାରତୀୟ ନାଗରିକମାନେ ଭୋଟର ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ ଫର୍ମ ନଂ-୬କରେ ଆବେଦନ କରିବେ । ଫର୍ମ ନଂ-୭ ଦ୍ୱାରା ଭୋଟର ତାଲିକାରୁ ନାମ ବାଦ୍ ଦେବା ଓ ଏହାସହ ମୃତ୍ୟୁ ପ୍ରମାଣପତ୍ର ସଂଲଗ୍ନ କରାଯାଇ ପାରିବ । ସେହିପରି ଫର୍ମ ନଂ-୮ରେ ନିର୍ବଚାନ ମଣ୍ଡଳୀ ମଧ୍ୟରେ କିମ୍ବା ବାହାରକୁ ବାସସ୍ଥାନ ସ୍ଥାନାନ୍ତରଣ ନିମନ୍ତେ ଆବେଦନ କରାଯାଇ ପାରିବ ।
ସେହିପରି ଭୋଟର ତାଲିକାରେ ଥିବା ବିବରଣୀଗୁଡ଼ିକର ସଂଶୋଧନ, ଭୋଟର ପରିଚୟପତ୍ର ବଦଳ କରିବା ଏବଂ ଦିବ୍ୟାଙ୍ଗ ଭୋଟରଙ୍କୁ ଚିହ୍ନଟ କରିବା ନିମନ୍ତେ ଆବେଦନ କରାଯାଇପାରିବ । ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିବା ଭୋଟର ଏବଂ ଭୋଟର ତାଲିକାରେ ନାମ ପଞ୍ଜୀକରଣ କରିବାକୁ ଥିବା ଭୋଟରମାନେ ସ୍ବେଚ୍ଛାକୃତ ଭାବେ ଆଧାର ବିବରଣୀ ପ୍ରଦାନ କରିପାରିବେ ।
ପଢନ୍ତୁ ଏହି ଖବର :
ଜେଲ ଗଲେ ରସିକିଆ ସରକାରୀ ବାବୁ; ୪ଜଣକୁ ବାହା ହୋଇ ବନ୍ଧା ହେଲେଏଥିପାଇଁ ଅନଲାଇନ୍ରେ ବି ଆବେଦନ କରିହେବ । ଭୋଟରମାନେ ଅନଲାଇନ୍ରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ, ଗରୁଡ଼, ଏନ୍ଭିଏସ୍ପି, ଭିଏଚ୍ଏ, ଭୋଟର ପୋର୍ଟାଲ ଆଦି ୱେବସାଇଟ ମାଧ୍ୟମରେ ଆଧାର ନମ୍ବର ସଂଯୋଗ କରିପାରିବେ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।