ଗୋଟିଏ ମାସରେ ୧୦ ବିଲିଅନ ଜିବି ଡାଟା ବ୍ୟବହାର କରି ଜିଓ ଗ୍ରାହକ ରଚିଲେ ଇତିହାସ

ପ୍ରତି ଜିଓ ଗ୍ରାହକ ମାସିକ ହାରାହାରି ୨୩.୧ ଜିବି ଡାଟା ବ୍ୟବହାର କରୁଛନ୍ତି । ଜିଓ ଟ୍ରୁ-୫ଜି ଶୁଭାରମ୍ଭ ଓ ଫାଇବର୍ କେବୁଲ୍ ସଂଯୋଗ ପରେ ବଢ଼ିଲା ଚାହିଦା । ଦୁଇ ବର୍ଷରେ ଡାଟା ବ୍ୟବହାରରେ ୧.୮ ଗୁଣା ବୃଦ୍ଧି । ଜିଓ ନେଟ୍‌ୱର୍କରେ ବ୍ୟବହାରକାରୀ ପ୍ରତି ମାସରେ ହାରାହାରି ୧,୦୦୩ ମିନିଟ୍ କଥାବାର୍ତ୍ତା ହେଉଛନ୍ତି ।

ଗୋଟିଏ ମାସରେ ୧୦ ବିଲିଅନ ଜିବି ଡାଟା ବ୍ୟବହାର କରି ଜିଓ ଗ୍ରାହକ ରଚିଲେ ଇତିହାସ

ଗୋଟିଏ ମାସରେ ୧୦ ବିଲିଅନ ଜିବି ଡାଟା ବ୍ୟବହାର କରି ଜିଓ ଗ୍ରାହକ ରଚିଲେ ଇତିହାସ

  • News18 Odia
  • Last Updated :
  • Bhubaneswar, India
  • Share this:
News 18 Odia Digital

ଭୁବନେଶ୍ୱର: ଜିଓ ଗ୍ରାହକମାନେ ଗୋଟିଏ ମାସରେ ୧୦ ଏକ୍ସାବାଇଟ୍ (୧୦ ବିଲିଅନ ଜିବି) ଡାଟା ବ୍ୟବହାର କରି ଇତିହାସ ରଚିଛନ୍ତି । ୨୦୧୬ରେ ରିଲାଏନ୍ସ ଜିଓ (Reliance jio) ଟେଲିକମ୍ କ୍ଷେତ୍ରରେ ପ୍ରବେଶ କରିବା ବେଳେ ସମସ୍ତ ଟେଲିକମ୍ କମ୍ପାନିଙ୍କ ମିଳିତ ଭାବେ ମାସିକ ନୁହେଁ ବର୍ଷ ସାରାର ଡାଟା ବ୍ୟବହାର ଥିଲା ମାତ୍ର ୪.୬ ଏକ୍ସାବାଇଟ୍ । ସେହି ଦୃଷ୍ଟିରୁ ଜିଓର ଉପଲବ୍ଧି କେତେ ବୃହତ ତାହା ସହଜରେ ଅନୁମେୟ । ଭାରତରେ ପ୍ରଥମ ଥର ପାଇଁ କୌଣସି ଟେଲିକମ୍ କମ୍ପାନିର ନେଟ୍‌ୱର୍କରେ ଗୋଟିଏ ମାସରେ ୧୦ ବିଲିଅନ ଜିବି ଡାଟା ବ୍ୟବହାର ହୋଇଛି । ମାର୍ଚ୍ଚ ତ୍ରୈମାସିକରେ ଜିଓ ନେଟ୍‌ୱର୍କ (jio network)ରେ ମୋଟ ଡାଟା ବ୍ୟବହାର ୩୦.୩ ଏକ୍ସାବାଇଟ୍ ଥିଲା । କମ୍ପାନି ଏହାର ତ୍ରୈମାସିକ ଫଳାଫଳ ଘୋଷଣା ସହିତ ଏହା ପ୍ରକାଶ କରିଛି ।

ଡାଟା ବ୍ୟବହାର ବୃଦ୍ଧିରେ ଜିଓ ଟ୍ରୁ ୫ଜିର ଶୁଭାରମ୍ଭ ପ୍ରମୁଖ ଭୂମିକା ନିର୍ବାହ କରିଛି । ଜିଓ ବ୍ୟବହାରକାରୀମାନେ ଏବେ ମାସିକ ହାରାହାରି ୨୩.୧ ଜିବି ଡାଟା ବ୍ୟବହାର କରୁଛନ୍ତି ଯାହା ଦୁଇ ବର୍ଷ ପୂର୍ବେ ମାସିକ ମାତ୍ର ୧୩.୩ ଜିବି ଥିଲା । ଅର୍ଥାତ ପ୍ରତି ଜିଓ ବ୍ୟବହାରକାରୀ ଦୁଇ ବର୍ଷ ପୂର୍ବ ସମୟ ତୁଳନାରେ ପ୍ରତି ମାସରେ ପାଖାପାଖି ୧୦ ଜିବି ଅଧିକ ଡାଟା ବ୍ୟବହାର କରୁଛନ୍ତି । ଜିଓ ନେଟ୍‌ୱର୍କରେ ଡାଟାର ହାରାହାରି ବ୍ୟବହାର ହାର ଟେଲିକମ୍ ଶିଳ୍ପର ହାରାହାରି ହାରଠାରୁ ଯଥେଷ୍ଟ ଅଧିକ ରହିଛି । ତ୍ରୈମାସିକ ଫଳାଫଳରେ ପ୍ରକାଶିତ ତଥ୍ୟ ଅନୁସାରେ ୨୦୨୩ ମାର୍ଚ୍ଚ ସୁଦ୍ଧା କମ୍ପାନି ୬୦ ହଜାର ସାଇଟ୍‌ରେ ୩.୫ ଲକ୍ଷରୁ ଅଧିକ ୫ଜି ସେଲ୍ ଲଗାଇସାରିଛି । ଦେଶର ୨୩୦୦ ସହର ଓ ନଗରରେ ଜିଓ ଟ୍ରୁ-୫ଜି ପହଞ୍ଚିସାରିଛି ଏବଂ ଜିଓ ଗ୍ରାହକ ବହୂଳ ଭାବରେ ୫ଜି ସେବାକୁ ବ୍ୟବହାର କରୁଛନ୍ତି । ସାରା ବିଶ୍ୱରେ ଏହା ସବୁଠାରୁ ଦ୍ରୁତତମ ୫ଜି ସେବା ଶୁଭାରମ୍ଭ । ୨୦୨୩ ଶେଷ ସୁଦ୍ଧା କମ୍ପାନି ସାରା ଦେଶରେ ୫ଜି ନେଟ୍‌ୱର୍କ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛି ।

ଟ୍ରୁ-୫ଜି ସେବାର ଶୁଭାରମ୍ଭ ସହିତ କମ୍ପାନି ଏୟାରଫାଇବର୍‌ର ଶୁଭାରମ୍ଭ କରିବା ଲାଗି ପ୍ରସ୍ତୁତ ହେଉଛି । ଆସନ୍ତା କିଛି ମାସ ଭିତରେ ଏହାର ଶୁଭାରମ୍ଭ କରିବାକୁ ଜିଓ ଆଶା ରଖିଛି । ୧୦ କୋଟି ଘରକୁ ଫାଇବର ଓ ଏୟାରଫାଇବର ସହ ଯୋଡ଼ିବାକୁ ଜିଓ ଲକ୍ଷ୍ୟ ରଖିଛି । ତ୍ରୈମାସିକ ତଥ୍ୟ ଅନୁସାରେ ଜିଓର ଗ୍ରାହକ ପିଛା ହାରାହାରି ମାସିକ ରାଜସ୍ୱ (ଆର୍‌ପୁ) ୧୭୮.୮ ଟଙ୍କାକୁ ବୃଦ୍ଧି ପାଇଛି । କଂପାନିର ନେଟ୍‌ୱର୍କରେ ପ୍ରତିଦିନ ବ୍ୟବହାରକାରୀମାନେ ୧୪୫୯ କୋଟି ମିନିଟ୍ ଭଏସ୍ କଲିଂରେ କଥାବାର୍ତ୍ତା ହେଉଛନ୍ତି । ଏହାର ଅର୍ଥ ହେଉଛି ଜିଓ ନେଟ୍‌ୱର୍କରେ ପ୍ରତି ଗ୍ରାହକ ପ୍ରତି ମାସରେ ହାରାହାରି ୧୦୦୩ ମିନିଟ୍ ଭଏସ୍ କଲ୍‌ରେ କଥାବାର୍ତ୍ତା ହେଉଛନ୍ତି ।

ଏହି ଖବର ପଢ଼ନ୍ତୁ -  କାହିଁକି ହେଉଛି ବିଦ୍ୟୁତ୍ କାଟ? ରାଜ୍ୟରେ ରହିଛି କି ଶକ୍ତି ସଙ୍କଟ? ଜାଣନ୍ତୁ କଣ କହିଲେ ମନ୍ତ୍ରୀ
Published by:Soubhagya Mishra
First published: