ଭୂମିକମ୍ପ ଝଟକାରେ ଥରିଲା ରାଜଧାନୀ ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳ
- News18 Odia
- Last Updated :
- New Delhi, India
News 18 Odia Digital
ନୂଆଦିଲ୍ଲୀ: ବେଶ୍ କିଛିଦିନର ବ୍ୟବଧାନ ପରେ ପୁଣିଥରେ ରାଜଧାନୀ ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି । ପଞ୍ଜାବ, ଉତ୍ତରାଖଣ୍ଡ, ଜାମ୍ମୁ କାଶ୍ମୀରରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ସୂଚନା ମିଳିଛି ।
ସୂଚନା ମୁତାବକ ଭୂମିକମ୍ପର କେନ୍ଦ୍ରସ୍ଥଳ ରହିଛି ଆଫଗାନିସ୍ତାନ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ରହିଥିଲା ୬.୮। ଭୂକମ୍ପ ଅନୁଭୂତ ହେବାକ୍ଷଣେ ଅନେକ ସ୍ଥାନରେ ଲୋକମାନେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ । ବେଶ୍ କିଛି ସମୟ ହୋହଲ୍ଲା ଦେଖିବାକୁ ମିଳିଛି । ଏପର୍ଯ୍ୟନ୍ତ କ୍ଷୟକ୍ଷତିର ଖବର ସାମ୍ନାକୁ ଆସିନାହିଁ ।


Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।