News 18 Odia Digital
ଲଣ୍ଡନ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେଇ ଭାରତ ସରକାରଙ୍କ ପକ୍ଷରୁ ସମବେଦନା ଜଣାଇଛନ୍ତି। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ଲଣ୍ଡନରେ ଭାରତ ସରକାରଙ୍କ ତରଫରୁ ସମବେଦନା ଜଣାଇବେ । ରାଣୀ ଏଲିଜାବେଥ ୮ ସେପ୍ଟେମ୍ବରରେ ସ୍କଟଲ୍ୟାଣ୍ଡର ବାଲ୍ମୋରଲ ପ୍ୟାଲେସରେ ପ୍ରାଣ ହରାଇଥିଲେ । ୧୯ ସେପ୍ଟେମ୍ବରରେ ରାଣୀ ଏଲିଜାବେଥଙ୍କ ଅନ୍ତିମ ସଂସ୍କାର କରାଯିବ ।
ଆସନ୍ତା ୧୯ରେ ସମ୍ପୂର୍ଣ୍ଣ ରାଜକୀୟ ମର୍ଯ୍ଯାଦା ଅନୁସାରେ ମହାରାଣୀଙ୍କ ଶେଷକୃତ୍ୟ ଅନୁଷ୍ଠିତ ହେବ ମହାରାଣୀଙ୍କ ମହାପ୍ରୟାଣରେ ତାଙ୍କୁ ସମ୍ମାନ ଦେବା ଲାଗି ଗତ ୧୧ ତାରିଖରେ ଭାରତରେ ଭାରତ ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ କରିିଥିଲା। ଏଲିଜାବେଥଙ୍କ ଅନ୍ତିମ ସଂସ୍କାର ୧୯ ସେପ୍ଟେମ୍ବରରେ ୱେଷ୍ଟମିନଷ୍ଟର ଆବେରେ ହେବ । ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍ ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ମଧ୍ୟ ଲଣ୍ଡନ ଗସ୍ତ କରିବେ।
ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବ୍ରିଟିଶ ଓ କିଛି ଅନ୍ତର୍ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁସାରେ, ଏହି କାର୍ଯ୍ୟକ୍ରମରେ ବିଶ୍ବବ୍ୟାପୀ ପ୍ରାୟ ୫୦୦ ଅତିଥି ଓ ପ୍ରାୟ ୭ ଲକ୍ଷରୁ ଅଧିକ ସାଧାରଣ ଜନତା ଉପସ୍ଥିତ ରହିବେ । ଅନେକ ରାଷ୍ଟ୍ରମୁଖ୍ୟ, ରାଷ୍ଟ୍ର ପ୍ରତିନିଧିଙ୍କ ସମେତ ବିଶ୍ବବ୍ୟାପୀ ପ୍ରାୟ ୫୦୦ ବିଶିଷ୍ଟ ବ୍ୟକ୍ତିବିଶେଷ ଏଥିରେ ଯୋଗ ଦେଉଛନ୍ତି । ଆବଶ୍ୟକୀୟ ପ୍ରସ୍ତୁତି ଓ ବିଶ୍ବବ୍ୟାପୀ ଅତିଥିଙ୍କର ସୁରକ୍ଷା ଲାଗି ମଧ୍ୟ ୭ ମିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ କରିବ ବ୍ରିଟିଶ ପ୍ରଶାସନ ।
Published by:Soumyashree Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।