Today Horoscope: ଏହି ରାଶିମାନଙ୍କ ପାଇଁ ବିଶେଷ ହେବ ଆଜିର ଦିନ

ପାଞ୍ଜି ଅନୁଯାୟୀ, ୨୬ ଡିସେମ୍ବର ୨୦୨୧, ରବିବାର ହେଉଛି ପୌଷ ମାସର କୃଷ୍ଣ ପକ୍ଷର ସପ୍ତମ ଦିନ। ବର୍ଷର ଶେଷ ରବିବାର କିଛି ରାଶିଫଳ ପାଇଁ ବିଶେଷ ହେବାକୁ ଯାଉଛି।

ଆଜିର ରାଶିଫଳ ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

ଆଜିର ରାଶିଫଳ ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

Horoscope Today 26 December 2021: ବର୍ଷର ଶେଷ ରବିବାର କିଛି ରାଶିଫଳ ପାଇଁ ବିଶେଷ ହେବାକୁ ଯାଉଛି। ପାଞ୍ଜି ଅନୁଯାୟୀ, ୨୬ ଡିସେମ୍ବର ୨୦୨୧, ରବିବାର ହେଉଛି ପୌଷ ମାସର କୃଷ୍ଣ ପକ୍ଷର ସପ୍ତମ ଦିନ। ଏହି ଦିନ ଉତ୍କଳ ହେଉଛି ଫାଲଗୁନି ନକ୍ଷତ୍ର ଓ ଆୟୁଷ୍ମାନ ଯୋଗ ଗଠନ ହେଉଛି। ଏହି ଯୋଗକୁ ଏକ ଶୁଭ ଯୋଗ ଭାବରେ ବିବେଚନା କରାଯାଏ। ଏହି ଦିନ ଏହି ରାଶିର ଚିହ୍ନ ଉପରେ ଗ୍ରହମାନଙ୍କର ଗତିବିଧି ଏକ ବିଶେଷ ପ୍ରଭାବ ପକାଉଛି, ଆଜିର ରାଶିଫଳ ଜାଣନ୍ତୁ।

ମେଷ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

ବୃଷ: ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।

ମିଥୁନ: ଶାରୀରିକ ସୁସ୍ଥତା ଲାଭ  କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।

କର୍କଟ: ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ, ବ୍ୟବସାୟ ଲାଭପ୍ରଦ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ସିଂହ: ଶାରିରୀକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ସମାନ ରହିବ । ବ୍ୟବସାୟରେ ଶିଥିଳତା ଦେଖାଦେବ । ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ ।

କନ୍ୟା: କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ । ବିରକ୍ତି ଭାବ ପ୍ରକାଶ ପାଇବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । ଦୂରଯାତ୍ରା ବିଫଳ ହେବ ।

ତୁଳା: ମାନସିକ ଶାନ୍ତିବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ  ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।

ବିଛା: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ . ଆୟ ଉତ୍ତମ ହେବ ।

ଧନୁ: ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

ମକର: ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

କୁମ୍ଭ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

ମୀନ: ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ ।
Published by:Soumya Das
First published:
)}