Today Petrol Price: ୧୧ ପଇସା ବୃଦ୍ଧି ହେଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ତେଲ ଦର

Today Petrol Price ସୋମବାର ଦିନ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।

ଆଜିର ପେଟ୍ରୋଲ ଦର ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

ଆଜିର ପେଟ୍ରୋଲ ଦର ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ସୋମବାର ଦିନ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୮୧ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୧.୬୨ ଟଙ୍କା ରେକର୍ଡ କରାଯାଇଛି।

ରବିବାର ଦିନ ପେଟ୍ରୋଲ ଓ ଡିଜେଲ ହାର ଯଥାକ୍ରମେ ୧୦୧.୭୦ ଟଙ୍କା ଓ ୯୧.୫୨ ଟଙ୍କା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲର ମୂଲ୍ୟ ୧୧ ପଇସା ଓ ଡିଜେଲ ୧୦ ପଇସା ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଭାରତର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଗତ କିଛି ସପ୍ତାହ ଧରି ଅପରିବର୍ତ୍ତିତ ରହିଛି।

ଚେନ୍ନାଇ, କୋଲକାତା, ଓ ମୁମ୍ବାଇ ଭଳି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୪୦, ୧୦୧.୬୭ ଟଙ୍କା ଓ ୧୦୧.୮୯ ଟଙ୍କା ରେକର୍ଡ କରାଯାଇଛି। ଚେନ୍ନାଇରେ ଡିଜେଲ ମୂଲ୍ୟ ୯୧.୪୩ ଟଙ୍କା, କୋଲକାତାରେ ୮୯.୭୯ ଟଙ୍କା ଏବଂ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ 9224992249 ନମ୍ବରକୁ ପଠାଇ ପାରିବେ। ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ଅଟେ ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ। ଧ୍ୟାନ ଦିଅନ୍ତୁ ଯେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ |
Published by:Soumya Das
First published: