Petrol Diesel Price: ଆସିଲା ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ... ଟାଙ୍କି ଭରିବା ପୂର୍ବରୁ କରନ୍ତୁ ଚେକ୍‌

Petrol Diesel Price Today: ସୋମବାର ଦିନ ସରକାରୀ ତୈଳ କମ୍ପାନୀଗୁଡିକ ଦ୍ୱାରା ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରକାଶ ପାଇଛି । ପେଟ୍ରୋଲ-ଡିଜେଲ ମୂଲ୍ୟ ସ୍ଥିର ରହିଛି ।

Petrol Diesel Price: ଆସିଲା ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ... ଟାଙ୍କି ଭରିବା ପୂର୍ବରୁ କରନ୍ତୁ ଚେକ୍‌

Petrol Diesel Price: ଆସିଲା ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ... ଟାଙ୍କି ଭରିବା ପୂର୍ବରୁ କରନ୍ତୁ ଚେକ୍‌

  • News18 Odia
  • Last Updated :
  • Other, India
  • Share this:
News18 Odia Digital

Petrol Diesel Price Today:  ସୋମବାର ଦିନ ସରକାରୀ ତୈଳ କମ୍ପାନୀଗୁଡିକ ଦ୍ୱାରା ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରକାଶ ପାଇଛି । ପେଟ୍ରୋଲ-ଡିଜେଲ ମୂଲ୍ୟ ସ୍ଥିର ରହିଛି । ଆଜି ମଧ୍ୟ ଏଥିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ଚେନ୍ନାଇରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଅପରିବର୍ତ୍ତିତ ରହିଛି । ଶେଷ ଥର ପାଇଁ ମେ ୨୦୨୨ରେ ଜାତୀୟ ସ୍ତରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଥିଲା ।

ଏଠାରେ ନଜର ପକାନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୫୪ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୫ଟଙ୍କା ୦୯ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ ?
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ ?
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

ପଢନ୍ତୁ ଏହି ଖବର : Weird News: ୨୪ ବର୍ଷର ଯୁବତୀଙ୍କୁ ବିବାହ କଲେ ୮୫ବର୍ଷର ବୃଦ୍ଧ; କହିଲେ ଏମିତି କଥା...
Published by:Sujit Swain
First published: