News 18 Odia Digital
ଲକ୍ଷ୍ନୌ; ଦେଶର ସର୍ବବୃହତ କମ୍ପାନୀ ରିଲାଏନ୍ସ (Reliance) ଇଣ୍ଡଷ୍ଟ୍ରିଜ ଲିମିଟେଡର ମାଲିକ ମୁକେଶ ଅମ୍ବାନି (Mukesh ambani) ଉତ୍ତର ପ୍ରଦେଶରେ ୭୫ ହଜାର କୋଟି ଟଙ୍କା ନିବେଶ ସମ୍ପର୍କରେ ଘୋଷଣା କରିଛନ୍ତି । ଏହି ନିବେଶ ଦ୍ୱାରା ପ୍ରାୟ ୧ ଲକ୍ଷ ନୂଆ ନିଯୁକ୍ତି (Recruitment) ସୃଷ୍ଟି ହେବା ଆଶା କରାଯାଉଛି ।
ଏହି ଖବର ପଢ଼ନ୍ତୁ-
http://ଦୁଲୁକୁଛି ଯାଜପୁର ବାଳାଶ୍ରମ ପଡିଆ; ବଲିଉଡ କଳାକାରଙ୍କ ନୃତ୍ୟ, ସଂଗୀତରେ ଦର୍ଶକ ମତୁଆଲାଲକ୍ଷ୍ନୌରେ ଆୟୋଜିତ ‘ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଟ’ରେ ପ୍ରକାଶ କରି ମୁକେଶ ଅମ୍ବାନି ଜୋର୍ ଦେଇ କହିଛନ୍ତି ଯେ, ୫ ବର୍ଷ ମଧ୍ୟରେ ଉତ୍ତର ପ୍ରଦେଶ ଅର୍ଥନୀତି ୧ ଟ୍ରିଲିଅନ ଡଲାରରେ ପହଞ୍ଚିବ । ରିଲାଏନ୍ସ ଉତ୍ତର ପ୍ରଦେଶରେ ୧୦ ଗିଗାୱାଟର ଅକ୍ଷୟ ଶକ୍ତି ଉତ୍ପାଦନ କ୍ଷମତା ସ୍ଥାପନ କରିବ । ଏହା ଉତ୍ତର ପ୍ରଦେଶରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଅକ୍ଷୟ ଶକ୍ତି ପରିଯୋଜନା ହେବ । କମ୍ପାନୀ ଉତ୍ତର ପ୍ରଦେଶରେ ବାୟୋଗ୍ୟାସ୍ ବ୍ୟବସାୟରେ ପ୍ରବେଶ କରିବା ସମ୍ପର୍କରେ ମଧ୍ୟ ଘୋଷଣା କରିଛି । ଏ ସମ୍ପର୍କରେ ପ୍ରକାଶ କରି ମୁକେଶ ଅମ୍ବାନି କହିଥିଲେ ଯେ ବାୟୋ ଗ୍ୟାସ୍ ଦ୍ୱାରା ପରିବେଶରେ ସୁଧାର ଆସିବ ଏବଂ ତାହାସହିତ କୃଷକମାନଙ୍କୁ ମଧ୍ୟ ବଡ଼ ଲାଭ ମିଳିବ ।
ଏହି ଖବର ପଢ଼ନ୍ତୁ -
http://ଭାଲେଣ୍ଟାଇନ୍ ସପ୍ତାହରେ ଚର୍ଚ୍ଚା; ମହିଳାଙ୍କୁ ପ୍ରେମ ନିବେଦନ କରି ମାଡ ଖାଇଲେ ଯୁବକ“ଆମ କୃଷକମାନେ ଅନ୍ନଦାତା ତ ଅଟନ୍ତି, ଏବେ ସେମାନେ ଉର୍ଜାଦାତା ପାଲଟିବେ । ”ରାଜ୍ୟର ଗାଁ ଏବଂ ଛୋଟ ସହର ଗୁଡିକରେ ଗୁଣାତ୍ମକ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ଯୋଗାଣ ପାଇଁ ରିଲାଏନ୍ସ ଜିଓ ପ୍ଲାଟଫର୍ମ ଜରିଆରେ ଦୁଇଟି ପାଇଲଟ ପ୍ରକଳ୍ପ ‘ଜିଓ ସ୍କୁଲ’ ଏବଂ ‘ଜିଓ-ଏଆଇ-ଡାକ୍ତର’ ସମ୍ପର୍କରେ ମଧ୍ୟ ଘୋଷଣା କରିଛି । ଏହାସହିତ ଉତ୍ତର ପ୍ରଦେଶର କୃଷି ଏବଂ ଅଣକୃଷି ଉତ୍ପାଦ ସଂଗ୍ରହ ପରିମାଣ ବହୁଗୁଣ ବୃଦ୍ଧି କରିବାକୁ ମୁକେଶ ଅମ୍ବାନି ନିଜର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରକାଶ କରିଛନ୍ତି । ଏହାଦ୍ୱାରା କୃଷକ, ସ୍ଥାନୀୟ କାରିଗର, ଶିଳ୍ପକାର ଏବଂ ଛୋଟ ଓ ମଧ୍ୟମ ଉଦ୍ୟୋଗଗୁଡିକୁ ଫାଇଦା ମିଳିବ । ମୁକେଶ ଅମ୍ବାନି ୨୦୨୩ ଶେଷ ସୁଦ୍ଧା ଉତ୍ତର ପ୍ରଦେଶର ସମସ୍ତ ସହରରେ ୫ଜି ସେବା ପ୍ରଚଳନ କରିବା ସମ୍ପର୍କରେ ପ୍ରକାଶ କରିଛନ୍ତି । ଶ୍ରୀ ଅମ୍ବାନି କହିଥିଲେ ଯେ “ନୂଆ ଭାରତ ଗଠନ ନିମନ୍ତେ ଉତ୍ତର ପ୍ରଦେଶ ଆଶାର କେନ୍ଦ୍ର ପାଲଟିଯାଇଛି । ନୋଏଡାରୁ ଗୋରଖପୁର ପର୍ଯ୍ୟନ୍ତ ଜନସାଧାରଣଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଓ ଉତ୍ସାହ ଦେଖିବାକୁ ମିଳୁଛି । ଆମେ ସମସ୍ତେ ଏକାଠୀ ଭାବରେ ଭାରତର ସବୁଠାରୁ ଜନବହୁଳ ରାଜ୍ୟକୁ ଭାରତର ସବୁଠାରୁ ସମୃଦ୍ଧ ରାଜ୍ୟ ମଧ୍ୟରେ ଅନ୍ୟତମରେ ପରିଣତ କରିବା ।”
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।