Horoscope: ଆଜି ଏହି ରାଶିର ଲୋକଙ୍କୁ ମିଳିବ ଲାଭ; ଜାଣନ୍ତୁ ଆପଣଙ୍କ ଭାଗ୍ୟରେ କଣ ଅଛି

Today Horoscope: ଆଜି କେମିତି ରହିବ ଆପଣଙ୍କ ଦିନ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି? ଆସନ୍ତୁ ଜାଣିବା ଆଜିର ରାଶିଫଳ କଣ କହୁଛି..

ପଢ଼ନ୍ତୁ ଆଜିର ରାଶିଫଳ

ପଢ଼ନ୍ତୁ ଆଜିର ରାଶିଫଳ

  • News18 Odia
  • Last Updated :
  • Odisha (Orissa), India
  • Share this:
News18 Odia Digital

Today Horoscope: ଆଜି କେମିତି ରହିବ ଆପଣଙ୍କ ଦିନ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି? ଆପଣଙ୍କ ଜୀବନସାଥୀଙ୍କ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ୱାନ ଇଣ୍ଡିଆ ଓଡ଼ିଆ ସହ ଯୋଡ଼ି ହୋଇ ରୁହନ୍ତୁ ।

ମେଷ: ଦିନଟି ଆପଣଙ୍କ ଲାଗି ଭଲ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ମଧ୍ୟ ମିଳିବ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ଠିକ ରହିବ।

ବୃଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧ୍ୟମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ: ଆଜି କିଛି ନୂଆ ଅନୁଭବ କରିବେ। ପଇସା ଯେମିତି ଆସିବ। ଟଙ୍କା ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସଙ୍କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

ସିଂହ: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧ୍ୟାନ ଦିଅନ୍ତୁ।

କନ୍ୟା: ନିଜର ବୁଦ୍ଧି ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ସଫଳ ମିଳିବ।

ତୁଳା: କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ। ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ। ଧନଲାଭର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ। ଆଜି କିଛି ଦାନ-ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମିଳିବ। ଆପଣ କମ୍ ପରିଶ୍ରମରେ ସଫଳତା ପାଇବେ।

ବିଛା: ଉର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।

ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସ ଖୁସିରେ ସମୟ କଟିବ।

ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।

ପଢ଼ନ୍ତୁ ଏହି ଖବର:  Vastu Tips: ଧନ ହାନୀ ପାଇଁ ଦାୟୀ ଏହି ୫ଟି ଗଛ; ଘରୁ ଆଜି ହି ବାହାର କରନ୍ତୁ

କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ମୀନ: ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ। ଆଜି ବ୍ୟବସାୟୀମାନେ ଲାଭରେ ରହିବେ। ନୂଆ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି। ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ଦେଇଥିବା ଟଙ୍କା ଫେରି ପାଇବେ। ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ।
Published by:Lipina Das
First published: