ଉତ୍ତରାଖଣ୍ଡରରେ ମର୍ମନ୍ତୁଦ ଦୁର୍ଘଟଣା News18 Odia Digital
Bus Accident Video: ରବିବାର ଦିନ ଉତ୍ତରାଖଣ୍ଡର ଉତ୍ତରକାଶୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀ ମଧ୍ୟପ୍ରଦେଶର ଥିଲେ। ଏହି ଭୟଙ୍କର ଦୁର୍ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ବସ ଖାଲରେ ପଡ଼ିଥିବାର ଦେଖିବାକୁ ମିଳୁଛି।
ଖାତକୁ ଖସିଲା ବସ
ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ଦେବେନ୍ଦ୍ର ପଟୱାଲ କହିଛନ୍ତି ଯେ ସମସ୍ତ ଭକ୍ତ ଯମୁନୋତ୍ରୀ ଧାମ ପରିଦର୍ଶନ କରିବାକୁ ଯାଉଥିଲେ। ଭକ୍ତମାନେ ମଧ୍ୟପ୍ରଦେଶର ପନ୍ନା ଜିଲ୍ଲାର ବାସିନ୍ଦା ଥିଲେ। ଘଟଣା ସମ୍ପର୍କରେ ଖବର ପାଇବା ମାତ୍ରେ ପୋଲିସ ଓ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (SDRF) ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ ଯେଉଁଠାରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ କରାଯାଇଥିଲା। ଦୁର୍ଘଟଣା ପରେ ଖାଲରେ ପଡ଼ିଥିବା ବସ୍ ବିସ୍ଫୋରଣ ହୋଇ ମୃତ ଦେହରେ ଆଚ୍ଛାଦିତ ହୋଇଥିଲା। ଏହି ଦୃଶ୍ୟ ଏତେ ଭୟଙ୍କର ଥିଲା ଯେ ଦେଖୁଥିବା ଲୋକଙ୍କ ଆତ୍ମା ଥରି ଉଠିଥିଲା।
ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମଧ୍ୟ ପୀଡିତମାନଙ୍କୁ ସମସ୍ତ ସହାୟତା ଯୋଗାଇଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଯମୁନୋତ୍ରୀ ମାର୍ଗରେ ବସ୍ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସଚିବାଳୟରେ ଅବସ୍ଥିତ ବିପର୍ଯ୍ୟୟ ନିୟନ୍ତ୍ରଣ କକ୍ଷରେ ପହଞ୍ଚି ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ଓ ସିଏମ୍ କ୍ଷତିପୂରଣ ଘୋଷଣା କରିଛନ୍ତି
ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ତୀର୍ଥଯାତ୍ରୀଙ୍କ ପରବର୍ତ୍ତୀ ସମ୍ପର୍କୀୟଙ୍କୁ ସିଏମ ଧାମି ଏକ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦,୦୦୦ ଟଙ୍କା ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କ୍ଷତିପୂରଣ ଘୋଷଣା କରିଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦,୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ।
Published by: Lipina Das
First published: June 06, 2022, 11:22 IST
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।