ଚୀନ ରାଷ୍ଟ୍ରପତି ସି ଜିଙ୍ଗପିଙ୍ଗ
News 18 Odia Digital
ନୂଆଦିଲ୍ଲୀ: ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସି ଜିନପିଙ୍ଗ ଅଭିନନ୍ଦନ ଜଣାଇବା ସହ କହିଛନ୍ତି ଯେ ପାରସ୍ପରିକ ମତଭେଦ ଦୂର କରି ଦୁଇ ଦେଶ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ।
ଜିନପିଙ୍ଗ ତାଙ୍କ ଅଭିନନ୍ଦନ ବାର୍ତ୍ତାରେ କହିଛନ୍ତି ଯେ ଚୀନ ଓ ଭାରତ ପରସ୍ପରର ପଡ଼ୋଶୀ ଦେଶ ଅଟନ୍ତି । ମତଭେଦ ସମାଧାନ ପାଇଁ ଓ ବିକାଶ ଦିଗରେ କାର୍ଯ୍ୟ କରିବା ପାଇଁ ଉଭୟ ଦେଶ ମିଳିତ ଭାବେ କାର୍ଯ୍ୟ କରିବା ଉଚିତ୍ । ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଆହୁରି ମଧ୍ୟ କହିଛନ୍ତି ଯେ ଉଭୟ ଦେଶର ନାଗରିକଙ୍କ ମୌଳିକ ସ୍ୱାର୍ଥ ଓ ଅଞ୍ଚଳ ତଥା ବିଶ୍ବରେ ଶାନ୍ତି, ସ୍ଥିରତା ଏବଂ ବିକାଶ ପାଇଁ ଚୀନ୍-ଭାରତ ସମ୍ପର୍କ ଅନୁକୂଳ ବେଶ୍ ଜରୁରୀ ।
ଦ୍ରୌପଦୀ ମୁର୍ମୁ ଆଜି ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନଭି ରମନ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।
Published by:Sujit Swain
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।