ପୁଣି ବାହା ହେବେ ବିଧାୟକ ଦିବ୍ୟଶଙ୍କର ମିଶ୍ର । କଳାହାଣ୍ଡି ଜୁନାଗଡ଼ ନିର୍ବାଚନମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ପୁଣି ବିବାହ କରୁଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି । ତାଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ଜଣେ ଯୁବତୀଙ୍କୁ ସେ ବିବାହ କରିବେ ବୋଲି କୁହାଯାଉଛି ।