ଖୁବ୍ଶୀଘ୍ର ବାଲେଶ୍ବର ଜିଲ୍ଲା ଅଧୀନ ନୀଳଗିରି ଅଞ୍ଚଳକୁ ଯାତ୍ରୀବାହୀ ଟ୍ରେନ୍ ଗଡ଼ିବ। ସାଂସଦ ପ୍ରତାପ ଷଡ଼ଙ୍ଗୀ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟି ଏସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଅଞ୍ଚଳବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନୀଳଗିରିକୁ ଯାତ୍ରୀବାହୀ ଟ୍ରେନ୍ ନିଶ୍ଚିତ ଗଡ଼ିବ ବୋଲି ମନ୍ତ୍ରୀ ଶ୍ରୀ ବୈଷ୍ଣବ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।