ହୋମ୍ » odisha
Odisha

Odisha

ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାର ଟିକିନିଖି ଖବର ଜାଣିବା ପାଇଁ ନ୍ୟୁଜ୧୮ ସାଇଟ ପରିଦର୍ଶନ କରନ୍ତୁ। ଆପଣଙ୍କୁ ଆମ ସାଇଟରେ ସମସ୍ତ ଅପଡେଟ ଖବର ବାବଦରେ ସୂଚନା ମିଳିପାରିବ। ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର  ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।

Odisha - All Results

 

LIVE NOW