ପୂର୍ବ ଶତ୍ରୁତାରୁ ବର୍ବର କାଣ୍ଡ: ଯୁବକଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଲେ
ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ କାଇପଦରରେ ପୂର୍ବ ଶତ୍ରୁତା କାରଣରୁ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଲେ ଦୁଇ ଯୁବକ । ଏହି ଘଟଣାର ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ସଦର ଥାନା ପୋଲସ ତଦନ୍ତ କରି ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି । ଡିସେମ୍ବର ୧୮ ରେ ଘଟିଥିବା ଏହି ଘଟଣାକୁ ସବୁ ମହଲରେ ନିନ୍ଦା କରାଯାଇଛି ।